ଦର୍ଶକଙ୍କୁ ପସନ୍ଦ ଆସିଲା ଅକ୍ଷୟ-ମାନୁଷିଙ୍କ ଖୁବ୍ ସୁନ୍ଦର କେମେଷ୍ଟ୍ରି

ମୁମ୍ବାଇ: ବଲିଉଡ ମୁଭି ‘ପୃଥ୍ୱିରାଜ’ର ଟ୍ରେଲର ରିଲିଜ୍ ହୋଇ ସାରିଛି । ଏବେ ଫିଲ୍ମକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ବଢି ଯାଇଛି । ଟ୍ରେଲରରେ ଯାହା ଦେଖାଯାଇଛି ଅକ୍ଷୟ କୁମାର ଓ ମାନୁଷି ଛିଲ୍ଲରଙ୍କ ଯୋଡି ଦର୍ଶକଙ୍କୁ ବେଶ ପସନ୍ଦ ଆସିଛି । ଏବେ ଅକ୍ଷୟ ତାଙ୍କ ଅଫିସିୟାଲ ଇନଷ୍ଟାଗ୍ରାମରେ କିଛି ଫଟୋ ଶେୟାର କରିଛନ୍ତି ସେଥିରେ ବି ଦର୍ଶକେ ଏହି ଯୋଡିକୁ ପସନ୍ଦ କରିଛନ୍ତି । ଫଟୋରେ ଅକ୍ଷୟ ମାନୁଷିଙ୍କ ସହ ରୋମାଣ୍ଟିକ ପୋଜରେ ନଜର ଆସିଛନ୍ତି ।
ଅକ୍ଷୟଙ୍କ ଦ୍ୱାରା ଶେୟାର କରାଯାଇଥିବା ଫଟୋରେ ମାନୁଷି ଲାଇଟ କଲର ଏକ ଲେହେଙ୍ଗାରେ ଖୁବ୍ ସୁନ୍ଦର ଲାଗୁଛନ୍ତି । ଏହାସହ ସେ ମ୍ୟାଚିଙ୍ଗ ନେଟ ଦୁପଟ୍ଟା କ୍ୟାରି କରିଛନ୍ତି । ଅକ୍ଷୟ ବ୍ଲାକ କଲର କୁର୍ତ୍ତା ସହ ଧୋତି ପିନ୍ଧିଥିବା ବେଳେ ଏମାନଙ୍କ ଯୋଡିକୁ ଦର୍ଶକେ ବଡ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି । ଅକ୍ଷୟ ତାଙ୍କ ଲୁକକୁ ମ୍ୟାଚିଂ ଜୋତା ସହ କମ୍ପ୍ଲିଟ କରିଛନ୍ତି । ଅକ୍ଷୟ ମାନୁଷିଙ୍କ ଲୁୁକକୁ ସାଧାରଣ ଦର୍ଶକେ କାହିଁକି ସେଲିବ୍ରିଟିମାନେ ବି ପ୍ରଶଂସା କରୁଛନ୍ତି ।
ଫିଲ୍ମ ‘ପୃଥ୍ୱିରାଜ’ରେ ଅକ୍ଷୟ ପୃଥ୍ୱିରାଜ ଚୌହାନ ଭୂମିକାରେ ନଜର ଆସୁଥିବା ବେଳେ ମାନୁଷି ଛିଲ୍ଲର ସଂୟୋଗିତା ଭୂମିକାରେ ନଜର ଆସିବେ । ଚନ୍ଦ୍ରକାନ୍ତ ଦ୍ୱିବେଦି ଏହାର ନିର୍ଦ୍ଦେଶନା ଦେଇଥିବା ବେଳେ ଫିଲ୍ମରେ ସୋନୁ ସୁଦ, ସଞ୍ଜୟ ଦତ୍ତ ଓ ଆଶୁତୋଷ ରାଣା ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଛନ୍ତି । ଫିଲ୍ମ ‘ପୃଥ୍ୱିରାଜ’ ଜୁନ ୩ରେ ରିଲିଜ୍ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri