Posted inଖେଳ

୨୦ ବର୍ଷ ହେବ ଅକ୍ଷୟ କୁମାରଙ୍କ ଅପେକ୍ଷାରେ ଥିଲେ ଏହି ଯୁବତୀ, ମିଳିଲା ଏମିତି ଉତ୍ତର

ବଲିଉଡର ଅନ୍ୟତମ ଲୋକପ୍ରିୟ ଅଭିନେତା ହେଉଛନ୍ତି ଅକ୍ଷୟ କୁମାର। ତାଙ୍କର ପ୍ରଶଂସକ ମଧ୍ୟ ଅନେକ ଅଛନ୍ତି। ନିକଟରେ ଅକ୍ଷୟଙ୍କ ବାର୍ତ୍ତାକୁ ୨୦ ବର୍ଷ ଅପେକ୍ଷା କରିଥିବା ଜଣେ ପ୍ରଶଂସକ ଟୁଇଟରରେ ଅଭିନେତାଙ୍କୁ ମେସେଜ କରିଥିଲେ। ଶେଷରେ, ଅକ୍ଷୟ ଏହି ପ୍ରଶଂସକଙ୍କୁ ଏକ ମେସେଜ୍‌ ପଠାଇଥିଲେ। ପ୍ରଶଂସକଙ୍କ ସହିତ ଅକ୍ଷୟଙ୍କ ଏହି ବାର୍ତ୍ତାଳାପ ଲୋକଙ୍କ ହୃଦୟ ଜିତିଛି। ଦେବାଶ୍ରୀ ନାମକ ଏହି ପ୍ରଶଂସକ ଲେଖିଛନ୍ତି- ‘ପ୍ରିୟ ଅକ୍ଷୟ କୁମାର ସାର୍‌, ଇତିମଧ୍ୟରେ ପ୍ରାୟ ୨୦ ବଷ ଅତିବାହିତ ହୋଇଛି। ଏହା ସବୁ ଆପଣଙ୍କ ଘର ଠିକଣାକୁ ଚିଠି ଲେଖିବା ଦ୍ୱାରା ଆରମ୍ଭ ହୋଇଥିଲା ଏବଂ ବର୍ତ୍ତମାନ ମୁଁ ମଧ୍ୟ ଆପଣଙ୍କ ପାଇଁ ଟୁଇଟରକୁ ଆସିଛି। ଆଶାକରେ ଆପଣ ମୋର ଅପାର ପ୍ରେମକୁ ବୁଝିବେ। ଦୟାକରି ଆଜି ମୋ ଇଚ୍ଛା ପୂରଣ କର ଏବଂ ମୋ ମୁହଁରେ ହସ ଦିଅ .. ଆଜି ମୋର ଜନ୍ମଦିନ। ପ୍ରଶଂସକଙ୍କ ଏହି ମେସେଜରେ ଅକ୍ଷୟ ଉତ୍ତର ଦେଇଛନ୍ତି- ‘ଦେବାଶ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା, ଆପଣଙ୍କର ସମସ୍ତ ଇଚ୍ଛା ପୂରଣ ହେଉ, ମୁଁ ଆଶା କରେ ଏହା ଆପଣଙ୍କ ମୁହଁରେ ହସ, ପ୍ରେମ ଏବଂ ପ୍ରାର୍ଥନା ସବୁବେଳେ ଆଣୁଥାଉ। ଏପରି ମେସେଜ କରି ଦେବାଶ୍ରୀଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି ଅକ୍ଷୟ।

ଅକ୍ଷୟ କୁମାରଙ୍କ ଖୁବଶୀଘ୍ର ରୋହିତ ଶେଟ୍ଟୀଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ସୂର୍ଯ୍ୟବଂଶୀରେ ନଜର ଆସିବେ। ଏହା ବ୍ୟତୀତ ଆନନ୍ଦ ଏଲ ରାୟଙ୍କ ନିର୍ଦ୍ଦେଶନାରେ ନିର୍ମିତ ରକ୍ଷାବନ୍ଧନଏବଂ ଅତରଙ୍ଗୀରେ ନଜର ଆସିବେ। ତାଙ୍କର ଆଗାମୀ ଚଳଚ୍ଚିତ୍ରଗୁଡ଼ିକରେ ଲକ୍ଷ୍ମୀ ବମ, ପ୍ରୀତିରାଜ, ବଚ୍ଚନ ପାଣ୍ଡେ ଏବଂ ବେଲ ବଟମ ସାମିଲ ଅଛି। କିଛି ଚଳଚ୍ଚିତ୍ର ଚଳିତ ବର୍ଷ ନେଟଫ୍ଲିକ୍ସରେ ମୁକ୍ତିଲାଭ କରିବ। ଆଉ କିଛି ୨୦୨୧ରେ ମୁକ୍ତିଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?