ସେପ୍ଟେମ୍ବରରେ ହେବ ‘ଇନ୍‌ଟୁ ଦ ଓ୍ବାଇଲ୍ଡ’ର ପ୍ରିମିୟର

ମୁମ୍ବାଇ: ଡିସକଭରି ଚ୍ୟାନେଲର ଲୋକପ୍ରିୟ ଶୋ’ ‘Into The Wild with Bear Grylls’କୁ ଅପେକ୍ଷା ରଖିଛନ୍ତି ଦର୍ଶକେ। ତେବେ ଦର୍ଶକଙ୍କର ଉତ୍ସୁକତାକୁ କମ୍‌ କରିବାକୁ ବଲିଉଡ୍‌ ନାୟକ ଅକ୍ଷୟ କୁମାର ଶୋ’ର ପ୍ରିମିୟର ଡେଟ୍‌ ଘୋଷଣା କରିଛନ୍ତି। ଅକ୍ଷୟ କୁମାର ବିୟର ଗ୍ରିଲ୍ସଙ୍କ ସହ ଜଙ୍ଗଲରେ ବୁଲୁଥିବା ଅବସ୍ଥାରେ ଶୋ’ର ଟ୍ରେଲରକୁ ଦେଖାଇଛନ୍ତି। ୧୦ ଦିନ ପରେ ଡିସକଭରି ଚ୍ୟାନେଲରେ ଅର୍ଥାତ୍‌ ୧୧ ସେପ୍ଟେମ୍ବରରେ ଏହାର ପ୍ରିମିୟର ହେବ। ଏହାପରେ ସେପ୍ଟେମ୍ବର ୧୪ରେ ଏହାକୁ ଟେଲିଭିଜନରେ ପ୍ରସାରଣ କରାଯିବ। ଭିଡିଓ ଶେୟାର କରିବା ସହ ଅକ୍ଷୟ ବିୟରଙ୍କ ସହ ଏକ ଅନୁଭୁତି କଥା କହିଛନ୍ତି। ଅକ୍ଷୟ ଲେଖିଛନ୍ତି ଉକ୍ତ ଶୋ’ର ପ୍ରଥମ ଚ୍ୟାଲେଞ୍ଜକୁ ମୁଁ କଳ୍ପନା କରିଥିଲି। ହେଲେ ବିୟର ମୋତେ ଏଲିଫ୍ୟାଣ୍ଟ ପୁପୁ ଚା’ରେ ବିଲକୁଲ ଚମକାଇ ଦେଇଥିଲେ। ଟ୍ରେଲରରେ ଏହି ସିନ୍‌ ରହିଛି। ଏମିତିତ ଅକ୍ଷୟ କୁମାର ବଲିଉଡ୍‌ର ଫିଟ୍‌ ଅଭିନେତାଙ୍କ ମଧ୍ୟରୁ ଜଣେ। ତାଙ୍କ ଫିଟନେସ୍‌ ସମ୍ପର୍କରେ ଅନେକ ସମୟରେ ଚର୍ଚ୍ଚା ହୋଇଥାଏ। ଏମିତିବି ତାଙ୍କୁ ବଲିଉଡ୍‌ର ଖିଲାଡି ବୟ ମଧ୍ୟ କୁହାଯାଇଥାଏ। ଅବଶ୍ୟ ‘Into The Wild with Bear Grylls’ ଶୋ’ରେ ଅକ୍ଷୟଙ୍କୁ ଭିନ୍ନ ଅନ୍ଦାଜରେ ଦେଖିବାକୁ ମିଳିଛି। ଏହି ଅନ୍ତର୍ଜାତୀୟ ଶୋ’ରେ ନଜର ଆସିବାରେ ଅକ୍ଷୟ ହେଉଛନ୍ତି ତୃତୀୟ ଭାରତୀୟ। ଏହାପୂର୍ବରୁ ଏହି ଶୋ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତଙ୍କୁ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri