ବଲିଉଡ୍‌ରେ କ୍ୟାରିୟର ଆରମ୍ଭ ପୂର୍ବରୁ ଏତିକି ଟଙ୍କା ରୋଜଗାର କରୁଥିଲେ ଅକ୍ଷୟ କୁମାର

ଅଭିନେତା ଅକ୍ଷୟ କୁମାରଙ୍କ ବଲିଉଡ୍‌ର ସବୁଠୁ ଅଧିକ ଆୟ କରୁଥିବା ଅଭିନେତାଙ୍କ ମଧ୍ୟରେ ଅନ୍ୟତମ। ସେ ବର୍ଷକୁ କୋଟି କୋଟି ଟଙ୍କା ରୋଜଗାର କରନ୍ତି, କିନ୍ତୁ ଆପଣ ଜାଣନ୍ତି କି ଅକ୍ଷୟ ବଲିଉଡ୍‌କୁ ଆସିବା ପୂର୍ବରୁ କେତେ ଟଙ୍କା ରୋଜଗାର କରୁଥିଲେ। ନିକଟରେ ଡିସକଭରି ଚ୍ୟାନେଲର ଦୁଃସାହସିକ ଶୋ’ରେ ଅଂଶଗ୍ରହଣ କରି ନିଜ ରୋଜଗାର ବିଷରେ ଖୁଲାସା କରିଛନ୍ତି। ଏହି ସମୟରେ ସେ ତାଙ୍କ ସଂଘର୍ଷ ଏବଂ ତାଙ୍କ ଚଳଚ୍ଚିତ୍ର କ୍ୟାରିୟରର ମାଇଲଖୁଣ୍ଟ ବିଷୟରେ କହିଥିଲେ। ଫିଲ୍ମ କ୍ୟାରିୟର ଆରମ୍ଭ ହେବା ପୂର୍ବରୁ ସେ ମାର୍ଶଲ ଆର୍ଟ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ। ଏଥିରେ ମାସକୁ ୫ ହଜାର ଟଙ୍କା ମିଳୁଥିଲା। ଜଣେ ଛାତ୍ର ପିତାଙ୍କ ନିର୍ଦ୍ଦେଶରେ ସେ ମଡେଲିଂରେ କ୍ୟାରିୟର ଆରମ୍ଭ କରିଥିଲେ। ଗୋଟିଏ ପୋଜ୍‌ ପାଇଁ ତାଙ୍କୁ ୨୧ ହଜାର ଟଙ୍କା ପାରିଶ୍ରମିକ ମିଳିଥିଲା। ସେତେବେଳେ ସେ ଭାବିଥିଲେ ମାସେ ଯାଇ ପରିଶ୍ରମ କରି ୫ ହଜାର ମିଳୁଛି ଯଦି ମଡେଲିଂରେ କ୍ୟାରିୟର ଗଢାଯାଏ ତେବେ ଅଧିକ ଟଙ୍କା ରୋଜଗାର କରିପାରିବି। ସେଦିନ ଠାରୁ ତାଙ୍କ ଅଭିନୟ କ୍ୟାରିୟର ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri