ଭୀମ ପୃଷ୍ଟିଙ୍କୁ ଅକ୍ଷୟ ସାହିତ୍ୟ, ବିଚିତ୍ରାନନ୍ଦ ଦେଓଙ୍କୁ ଅକ୍ଷୟ ସଙ୍ଗୀତ ସମ୍ମାନ

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ଓଡ଼ିଆ ସଙ୍ଗୀତ ଜଗତର ମୁକୁଟ ବିହୀନ ସମ୍ରାଟ ଥିଲେ ସଙ୍ଗୀତଜ୍ଞ ଅକ୍ଷୟ ମହାନ୍ତି। ସାହିତ୍ୟ କ୍ଷେତ୍ରକୁ ମଧ୍ୟ ତାଙ୍କ ଅବଦାନ ଅତୁଳନୀୟ। ସ୍ବର୍ଗତ ମହାନ୍ତିଙ୍କ ୨୦ତମ ଶ୍ରାଦ୍ଧବାର୍ଷିକ ଅବସରରେ ଅନୁଷ୍ଠାନ ସଂସ୍କୃତି ଓ ସଂସ୍କୃତି, ଓଡ଼ିଶା ସିନେକ୍ରିଏଟିକ୍‌ ଆଶୋସିଏଶନ୍‌ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଗୁରୁବାର ଅକ୍ଷୟ ସଙ୍ଗୀତ ଓ ସମ୍ମାନ ଉତ୍ସବ-୨୦୨୨ ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଏମ୍‌ପି ତଥା କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଡ.ଅଚ୍ୟୁତ ସାମନ୍ତ, ସମ୍ମାନିତ ଅତିଥି ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଯୋଗଦେଇଥିଲେ। ଉତ୍ସବରେ ଗାଳ୍ପିକ ଭୀମ ପୃଷ୍ଟିଙ୍କୁ ଅକ୍ଷୟ ସାହିତ୍ୟ ସମ୍ମାନ ଓ ଇଞ୍ଜିନିୟର ବିଚିତ୍ରାନନ୍ଦ ଦେଓଙ୍କୁ ଅକ୍ଷୟ ସଙ୍ଗୀତ ସମ୍ମାନରେ ସମ୍ମାନିତ କରାଯାଇଥିଲା। କାଦମ୍ବିନୀ ମିଡିଆ ପକ୍ଷରୁ ଡ. ଇତି ସାମନ୍ତଙ୍କ ସମ୍ପାଦନରେ ପ୍ରକାଶିତ ଅକ୍ଷୟ ମହାନ୍ତିଙ୍କ ସ୍ମୃତି ଆଧାରିତ ସଂକଳନ ଅମର ଅକ୍ଷୟ ଅତିଥିମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା। ସାମ୍ବାଦିକ ପ୍ରଦୋଷ ପଟ୍ଟନାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ସମ୍ପାଦକ ଦିଲୀପ ହାଲି ବିବରଣୀ ପ୍ରଦାନ କରିଥିଲେ। ସାରେ କଣ୍ଠଶିଳ୍ପୀ ବିଚିତ୍ରାନନ୍ଦ ଦେଓ, ସୌରଭ ନାୟକ, ଛନ୍ଦା ମିଶ୍ର, ଶୈଳଭାମା ମିଶ୍ର, ପ୍ରୀତିନନ୍ଦା ରାଉତରାୟ, ଯଶସ୍ବିନୀ, ସଞ୍ଜୟ ମିଶ୍ର ପ୍ରମୁଖଙ୍କ ସଙ୍ଗୀତରେ ଶ୍ରୋତାମାନେ ଝୁମି ଉଠିଥିଲେ। କାର୍ଯ୍ୟକ୍ରମକୁ ଅବନ୍ତୀକାନ୍ତ ଦାସ ପରିଚଳାନା କରିଥିବା ବେଳେ ଶ୍ରୀନିବାସ ଘଟୁଆରୀ ସଂଯୋଜନା କରିଥିଲେ। ରବି ବିଶ୍ୱାଳ, ଲିଟୁ ମହାନ୍ତି, ଶ୍ରୀଧର ମାର୍ଥା ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri