ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର ଭୋର୍‌ ସମୟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିହାପୁର ତଳସାହିର ଅକ୍ଷୟ ସାହୁ (୪୫)।

ସୂଚନା ଅନୁଯାୟୀ, ଅକ୍ଷୟ ନିଜ ଗ୍ରାମରୁ ବଡ଼ଝରା ଅଭିମୁଖେ ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଧକ୍କା ଦେଇ ଗାଡ଼ିଟି ଘଟଣାସ୍ଥଳରୁ ଚାଲିଯାଇଥିବାବେଳେ ଅକ୍ଷୟଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଖବର ପାଇ ପରଜଙ୍ଗ ଥାନା ଏଏସ୍‌ଆଇ ଜଳନ୍ଧର ବାରିକ ଓ ଯୁଗଳ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲେ। ପରେ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯(ବନ୍ଦନା ସେଠୀ): ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?