ରାଜନୀତିକୁ ଆସିବେ ଅକ୍ଷୟ!

ମୁମ୍ବାଇ: ବଲିଉଡର ଖିଲାଡି ବୟ ଅକ୍ଷୟ କୁମାର ରାଜନୀତିରେ ଯୋଗ ଦେଇ ପାରନ୍ତି। ତେବେ ଅକ୍ଷୟ କୁମାର ଭାଜପା ଟିକେଟରେ ଆଗାମୀ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରିବେ ବୋଲି ଖବର ରହିଛି। ବାସ୍ତବରେ ଲୋକ ସଭା ନିର୍ବାଚନ ପାଇଁ ଏବେ ସାଧାରଣ ଜନତାଙ୍କ ଠାରୁ ନେତା ସେଲିବ୍ରିଟିଙ୍କ କ୍ରେଜ ବଢିବାରେ ଲାଗିଛି। ଆଗାମୀ ନିର୍ବାଚନ ପାଇଁ ପ୍ରତ୍ୟେକ ଦଳ ମଧ୍ୟ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଛନ୍ତି। ଦେଶର ରାଜଧାନୀ ଦିଲ୍ଲୀରେ ଆମ ଆଦମୀ ପାର୍ଟି ଏବଂ କଂଗ୍ରେସ ଏକ ମେଣ୍ଟ ଗଠନ କରି ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଦିଲ୍ଲୀର ୪ଟି ଆସନରେ ଏଏପି ଦଳ ପ୍ରତିଦ୍ୱନ୍ଦ୍ୱିତା କରୁଥିବାବେଳେ କଂଗ୍ରେସ ୩ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ଏବେ ନୂଆ ଚେହେରା ଆଧାରରେ ଦିଲ୍ଲୀରେ ନିର୍ବାଚନ ଲଢିବାକୁ ମଧ୍ୟ ଭାଜପା ନିଷ୍ପତ୍ତି ନେଇପାରେ। ଏଭଳି ପରିସ୍ଥିତିରେ ଭାଜପା ବଲିଉଡ ଅଭିନେତା ଅକ୍ଷୟ କୁମାରଙ୍କୁ ମଇଦାନକୁ ଓହ୍ଲାଇପାରେ।
ନବଭାରତ ଟାଇମ୍ସର ରିପୋର୍ଟ ଅନୁଯାୟୀ, ବଲିଉଡର ଖିଲାଡି ବୟ ଅର୍ଥାତ୍‌ ଅକ୍ଷୟ କୁମାର କୁମାରଙ୍କୁ ଦିଲ୍ଲୀର ଚାନ୍ଦନୀ ଚୌକ ଆସନରୁ ନିର୍ବାଚନ ଲଢିବାକୁ କହିପାରେ। କୁହାଯାଉଛି ଯେ ଦଳର ତେତେଜଣ ନେତା ଅଭିନେତାଙ୍କ ସହ ଯୋଗାଯୋଗରେ ଅଛନ୍ତି। ତେବେ ଏ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସରକାରୀ ଘୋଷଣା କରାଯାଇ ନାହିଁ।
ସୂଚନାଯୋଗ୍ୟ, ୨୦୧୪ ଏବଂ ୨୦୧୯ରେ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡଃ ହର୍ଷବର୍ଦ୍ଧନ ଦୁଇଥର ଏହି ଆସନ ଜିତିଥିଲେ। ୨୦୦୪ଏବଂ ୨୦୦୯ରେ ପୂର୍ବତନ କଂଗ୍ରେସ ନେତା ତଥା କେନ୍ଦ୍ର ମନ୍ତ୍ରୀ କପିଲ ସିବଲ ଏହି ଆସନ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri