ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ ଏକ ସ୍ବତନ୍ତ୍ର ଉତ୍ସବର ଆୟୋଜନ କରାଯାଇଥିଲା। ଚାନ୍ଦି ଭଣ୍ଡାରର ନିର୍ଦ୍ଦେଶିକା ଲିପ୍ସା ହଂସ ଏବଂ ବିଏ ମାଣିକ ହଂସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉତ୍ସବର ଆଭିମୁଖ୍ୟ ଓ ଚାନ୍ଦି ଭଣ୍ଡାରର ଆଗାମୀ କାର୍ଯ୍ୟକଳାପ ଆଦି ବିଷୟରେ କହିଥିଲେ। ଏପରିକି ଅକ୍ଷୟ ତୃତୀୟାରେ ରୁପା କିଣି ଉକ୍ତ ପର୍ବକୁ ପାଳନ କରିବାର ପରମ୍ପରା ରହିଛି। ଅକ୍ଷୟ ତୃତୀୟାରେ ରୁପା କିଣିବା ଦ୍ୱାରା ଜୀବନରେ ସମୃଦ୍ଧି ଆସିବା ସହ ସମ୍ପତ୍ତି ବଢ଼ିଥାଏ ବୋଲି ବିଶ୍ୱାସ ରହିଛି। ସେହିଭଳି ଗ୍ରାହକଙ୍କ ମଧ୍ୟରେ ଉତ୍ସାହ ବଢ଼ାଇବା ପାଇଁ ଚାନ୍ଦି ଭଣ୍ଡାର ପକ୍ଷରୁ ସ୍ବତନ୍ତ୍ର ଅଫର ଘୋଷଣା କରାଯାଇଛି। ଉକ୍ତ ଅଫର ଅନୁଯାୟୀ ଗ୍ରାହକମାନେ ରୁପା ଗହଣା ଏବଂ ଆର୍ଟିଫାକ୍ଟର ଗଢ଼ା ମଜୁରିରେ ୫୦% ପର୍ଯ୍ୟନ୍ତ ରିହାତି ପାଇପାରିବେ। ଏହି ଅଫର ୨୦୨୪ ମେ ୧୦ପର୍ଯ୍ୟନ୍ତ ସମସ୍ତ ଚାନ୍ଦି ଭଣ୍ଡାର ଶୋ’ରୁମ୍‌ରେ ଉପଲବ୍ଧ। ଏ ସମ୍ପର୍କରେ ଚାନ୍ଦି ଭଣ୍ଡାରର ନିର୍ଦ୍ଦେଶିକା ଲିପ୍ସା ହଂସ କହିଛନ୍ତି, ଆମେ ପାରିବାରିକ ମୂଲ୍ୟବୋଧକୁ ସମ୍ମାନ ଦେଇଥାଉ। ଆମର କଲେକ୍ସନଗୁଡ଼ିକ ଆଧୁନିକ ଟ୍ରେଣ୍ଡର ପ୍ରତିରୂପ ହେବା ସହିତ ସମୃଦ୍ଧ ପରମ୍ପରା ସହ ଗଭୀର ଭାବେ ଜଡ଼ିତ, ଯାହା ଆମର ଐତିହ୍ୟ ଏବଂ ସଂସ୍କୃତିକୁ ପ୍ରତିଫଳିତ କରୁଛି। ସମାନ ଜିନିଷକୁ ଆମେ ଆମର ଟିଭି କମର୍ସିଆଲ (ଟିଭିସି)ରେ ପ୍ରଦର୍ଶିତ କରିବାକୁ ଚେଷ୍ଟା କରୁଛୁ, ଏହି ଟିଭିସିରେ ଆମର ବ୍ରାଣ୍ଡ୍‌ ଆମ୍ବାସାଡର ଶୈଳେନ୍ଦ୍ର ଏବଂ ଶିବାନୀ ଦେଖିବାକୁ ମିଳିବେ। ନୂଆ ଆରମ୍ଭ ସହ ଚାନ୍ଦି ଭଣ୍ଡାର ଚଳିତ ବର୍ଷ ମେ ମାସରେ ଢେଙ୍କାନାଳଠାରେ ଏକ ନୂଆ ଷ୍ଟୋର ଖୋଲିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri