ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ ଏକ ସ୍ବତନ୍ତ୍ର ଉତ୍ସବର ଆୟୋଜନ କରାଯାଇଥିଲା। ଚାନ୍ଦି ଭଣ୍ଡାରର ନିର୍ଦ୍ଦେଶିକା ଲିପ୍ସା ହଂସ ଏବଂ ବିଏ ମାଣିକ ହଂସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉତ୍ସବର ଆଭିମୁଖ୍ୟ ଓ ଚାନ୍ଦି ଭଣ୍ଡାରର ଆଗାମୀ କାର୍ଯ୍ୟକଳାପ ଆଦି ବିଷୟରେ କହିଥିଲେ। ଏପରିକି ଅକ୍ଷୟ ତୃତୀୟାରେ ରୁପା କିଣି ଉକ୍ତ ପର୍ବକୁ ପାଳନ କରିବାର ପରମ୍ପରା ରହିଛି। ଅକ୍ଷୟ ତୃତୀୟାରେ ରୁପା କିଣିବା ଦ୍ୱାରା ଜୀବନରେ ସମୃଦ୍ଧି ଆସିବା ସହ ସମ୍ପତ୍ତି ବଢ଼ିଥାଏ ବୋଲି ବିଶ୍ୱାସ ରହିଛି। ସେହିଭଳି ଗ୍ରାହକଙ୍କ ମଧ୍ୟରେ ଉତ୍ସାହ ବଢ଼ାଇବା ପାଇଁ ଚାନ୍ଦି ଭଣ୍ଡାର ପକ୍ଷରୁ ସ୍ବତନ୍ତ୍ର ଅଫର ଘୋଷଣା କରାଯାଇଛି। ଉକ୍ତ ଅଫର ଅନୁଯାୟୀ ଗ୍ରାହକମାନେ ରୁପା ଗହଣା ଏବଂ ଆର୍ଟିଫାକ୍ଟର ଗଢ଼ା ମଜୁରିରେ ୫୦% ପର୍ଯ୍ୟନ୍ତ ରିହାତି ପାଇପାରିବେ। ଏହି ଅଫର ୨୦୨୪ ମେ ୧୦ପର୍ଯ୍ୟନ୍ତ ସମସ୍ତ ଚାନ୍ଦି ଭଣ୍ଡାର ଶୋ’ରୁମ୍‌ରେ ଉପଲବ୍ଧ। ଏ ସମ୍ପର୍କରେ ଚାନ୍ଦି ଭଣ୍ଡାରର ନିର୍ଦ୍ଦେଶିକା ଲିପ୍ସା ହଂସ କହିଛନ୍ତି, ଆମେ ପାରିବାରିକ ମୂଲ୍ୟବୋଧକୁ ସମ୍ମାନ ଦେଇଥାଉ। ଆମର କଲେକ୍ସନଗୁଡ଼ିକ ଆଧୁନିକ ଟ୍ରେଣ୍ଡର ପ୍ରତିରୂପ ହେବା ସହିତ ସମୃଦ୍ଧ ପରମ୍ପରା ସହ ଗଭୀର ଭାବେ ଜଡ଼ିତ, ଯାହା ଆମର ଐତିହ୍ୟ ଏବଂ ସଂସ୍କୃତିକୁ ପ୍ରତିଫଳିତ କରୁଛି। ସମାନ ଜିନିଷକୁ ଆମେ ଆମର ଟିଭି କମର୍ସିଆଲ (ଟିଭିସି)ରେ ପ୍ରଦର୍ଶିତ କରିବାକୁ ଚେଷ୍ଟା କରୁଛୁ, ଏହି ଟିଭିସିରେ ଆମର ବ୍ରାଣ୍ଡ୍‌ ଆମ୍ବାସାଡର ଶୈଳେନ୍ଦ୍ର ଏବଂ ଶିବାନୀ ଦେଖିବାକୁ ମିଳିବେ। ନୂଆ ଆରମ୍ଭ ସହ ଚାନ୍ଦି ଭଣ୍ଡାର ଚଳିତ ବର୍ଷ ମେ ମାସରେ ଢେଙ୍କାନାଳଠାରେ ଏକ ନୂଆ ଷ୍ଟୋର ଖୋଲିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri