ଅଗଷ୍ଟ ୧୧ରେ ଅକ୍ଷୟଙ୍କ ‘ଓଏମ୍‌ଜି ୨’

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କୁ କିଛି ବର୍ଷର ଅନ୍ତର ପରେ ପୁଣିଥରେ ବଡ଼ ପରଦାରେ ଦେଖିବାକୁ ମିଳିବ। ଏନେଇ ଅକ୍ଷୟ ନିକଟରେ ତାଙ୍କ ଆଗାମୀ ଫିଲ୍ମ ‘ଓଏମ୍‌ଜି ୨’ର ପୋଷ୍ଟର ରିଲିଜ କରିଛନ୍ତି; ଯେଉଁଥିରେ ତାଙ୍କୁ ଶିବଙ୍କ ଭୂମିକାରେ ଦେଖିବାକୁ ମିଳିଛି। ମୁଭିଟି ଅଗଷ୍ଟ ୧୧ରେ ପ୍ରେକ୍ଷାଳୟକୁ ଆସିବ ବୋଲି ଜଣାପଡ଼ିଛି। କିଛି ଦିନରେ ସିନେମାର ଟିଜର ରିଲିଜ୍‌ ହେବ ବୋଲି ଅକ୍ଷୟ ସୂଚନା ଦେଇଛନ୍ତି। ପୋଷ୍ଟରରେ ଅକ୍ଷୟ ଶିବଙ୍କ ଜଟା ଓ ତିଲକ ଲଗାଇଥିବା ଦେଖିବାକୁ ମିଳିଛି। ଫିଲ୍ମଟି ବ୍ୟଙ୍ଗାତ୍ମକ କମେଡି ଡ୍ରାମା ଉପରେ ଆଧାରିତ। ଏଥିରେ ଭାରତୀୟ ଶିକ୍ଷା ବ୍ୟବସ୍ଥା, ଯେଉଁଥିରେ ପିଲାଙ୍କ ଉପରେ କିପରି ପରୀକ୍ଷା ପ୍ରେସର ଏବଂ କଲେଜ ଆଡ୍‌ମିଶନ କରୁଛନ୍ତି ତାକୁ ଦର୍ଶାଯାଇଛି। ଏଥିରେ ଆଧ୍ୟାତ୍ମିକ ବିଷୟବସ୍ତୁ ମଧ୍ୟ ରହିଛି। ଅମିତ୍‌ ରାଏଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ଅକ୍ଷୟଙ୍କ ସହିତ ଅଭିନେତ୍ରୀ ୟାମି ଗୋତମଙ୍କୁ ଦେଖିବାକୁ ମିଳିବ। ‘ଓଏମ୍‌ଜି’ ୨୦୧୨ରେ ରିଲିଜ୍‌ ହୋଇଥିବାବେଳେ ସିନେମାର ଦ୍ୱିତୀୟ ଭାଗ ୧୧ ବର୍ଷ ପରେ ରିଲିଜ୍‌ ହେବାକୁ ଯାଉଛି। ତେବେ ଅକ୍ଷୟଙ୍କୁ ଶେଷଥର ପାଇଁ ୨୦୨୦ରେ ଫିଲ୍ମ ‘ଲକ୍ଷ୍ମୀ’ରେ ଦେଖିବାକୁ ମିଳିଥିଲା। ସେ ୧୯୯୧ରେ ପ୍ରଥମେ ସିନେମା ଜଗତରେ ପାଦ ଦେଇଥିଲେ। ଏହା ପରଠାରୁ ତାଙ୍କୁ ଅନେକ ସଫଳତା ମିଳିଛି। ଅଧିକାଂଶ କମେଡି ଫିଲ୍ମ ପାଇଁ ସେ ଅଧିକ ଲୋକପ୍ରିୟ ହୋଇପାରିଛନ୍ତି। ଏହା ବ୍ୟତୀତ ସେ ଅନେକ ଫିଲ୍ମରେ ପ୍ରଯୋଜନା କରିଛନ୍ତି ଏବଂ ଅନେକ ଟିଭି ଶୋ’ରେ ମଧ୍ୟ ନଜରକୁ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri