ଭୀଷଣ ବାତ୍ୟାର ରୂପ ନେଲା ‘ଅକ୍ୱାନ’: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮।୧୧: ଭୀଷଣ ବାତ୍ୟାର ରୂପ ନେଲା ସାମୁଦ୍ରିକ ଝଡ଼ ‘ଅକ୍ୱାନ’। ବୁଧବାର ସକାଳ ୫ଟା ୩୦ ମିନିଟ୍‌ର ପର୍ଯ୍ୟବେକ୍ଷଣ ଅନୁଯାୟୀ, ଏହା ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଘଣ୍ଟା ପ୍ରତି ମାତ୍ର ୩ କିଲୋମିଟର ବେଗରେ ଆଗକୁ ବଢ଼ୁଛି ବାତ୍ୟା। ମିଳିଥିବା ସୂଚନା ଅନୁସାରେ, ଅକ୍ୱାନ ବର୍ତ୍ତମାନ ବିଶାଖାପାଟଣାଠାରୁ ୬୧୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ସେହିପରି ଗୋପାଳପୁରଠାରୁ ଏହାର ଦୂରତା ୭୩୦ କିଲୋମିଟର ରହିଛି।  ପରେ ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୦ ତାରିଖ ଶୁକ୍ରବାର ଦ୍ୱିପ୍ରହର ବେଳକୁ ଆନ୍ଧ୍ରପ୍ରଦେଶର ନେଲ୍ଲୋର ଏବଂ ଟୁନି ଉପକୂଳ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ। ଏହି ସମୟରେ ପବନର ସର୍ବାଧିକ ବେଗ ୧୪୫ କିମି ରହିବ।
ଅକ୍ୱାନ ପ୍ରଭାବରେ ବିଶେଷକରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲା ବିଶେଷ ପ୍ରଭାବିତ ହେବାର ଆଶଙ୍କା ରହିଛି। ଏହାପୂର୍ବରୁ ଅର୍ଥାତ୍‌ ୧୮ ତାରିଖ ସନ୍ଧ୍ୟା ପରେ ଓଡ଼ିଶାରେ ପବନର ବେଗ ବଢିବ। ୨୦ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ସର୍ବାଧିକ ପବନର ବେଗ ୭୦ କି.ମି. ରହିବା ନେଇ ଆକଳନ କରାଯାଇଛି। ସେହିପରି ୧୯ ଓ ୨୦ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ବିଶେଷକରି ଆନ୍ଧ୍ରକୁ ଲାଗି ରହିଥିବା ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲା ଏବଂ ଉପକୂଳବର୍ତ୍ତୀ ଜିଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ। ଭୀଷଣ ବାତ୍ୟା ସମୟରେ ସମୁଦ୍ର ଅଶାନ୍ତ ରହିବା ସହିତ ତରଙ୍ଗର ଉଚ୍ଚତା ୧୨ ମିଟର ଏବଂ ଅତି ଭୀଷଣ ବାତ୍ୟା ସମୟରେ ତରଙ୍ଗର ଉଚ୍ଚତା ୧୪ ମିଟରରୁ ଅଧିକ ହୋଇପାରେ। ତେଣୁ ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବା ଉଚିତ ନୁହେଁ ବୋଲି ଆଇଏମ୍‌ଡି ଡିଜି ସୂଚନା ଦେଇଛନ୍ତି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ବୁଧବାରଠାରୁ ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ। ଗଜପତି, ଗଞ୍ଜାମ ଓ ପୁରୀ ଜିଲାରେ ପ୍ରବଳ ବର୍ଷା ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲାକୁ ଝଡ଼ବର୍ଷା ସହ ୫୦ କି.ମି. ବେଗରେ ପବନ ବହିବା ନେଇ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଗୁରୁବାର ୧୯ ତାରିଖରେ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଗଜପତି, ଗଞ୍ଜାମ, ପୁରୀ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ନିଂ ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା, ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ୨୦ ତାରିଖ ପାଇଁ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ନିଂ ଏବଂ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ନୂଆପଡ଼ା, ବଲାଙ୍ଗୀର ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସୋନିଆଙ୍କ ବହି ଲଞ୍ଚିଂ ପରେ ଯାଆ ମେନକାଙ୍କ ଭିଡିଓ ଭାଇରାଲ, କହିଲେ ସେ ମୋର ବନ୍ଧୁ ନୁହନ୍ତି…

ନୂଆଦିଲ୍ଲୀ,୧୮।୧୧: କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କ ପୁସ୍ତକ ‘ବିଲଙ୍ଗିଗ: ଏ ଜର୍ନି ଅଫ ଲଭ’ ଲଞ୍ଚ ହୋଇସାରିଛି। ଏହି ପୁସ୍ତକରେ ସୋନିଆ ଗାନ୍ଧୀ ନିଜର ଗାନ୍ଧୀ ପରିବାରଠାରୁ…

ଗୁଜରାଟ ଛାଡ଼ିଲେ ବିଲ୍‌କିସ ବାନୋ

ଭଦୋଦରା,୧୮ା୧୧: ୨୦୦୨ ଗୁଜରାଟ ଦଙ୍ଗା ସମୟରେ ବିଲ୍‌କିସ ବାନୋଙ୍କୁ ବଳାତ୍କାର ଓ ତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା ମାମଲାରେ ୨ ଦୋଷୀଙ୍କୁ ଜାମିନ ମିଳିବା ପରେ ଏଥିରେ…

ମାହିଙ୍କ ଅବସରରେ ଭାବପ୍ରବଣ ହେଲେ ରୋହିତ, ସୋସିଆଲ ମିଡିଆରେ ପୋଷ୍ଟ କରି ଲେଖିଲେ ଏମିତି, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୮।୧୧: ମହେନ୍ଦ୍ର ସିଂ ଧୋନିଙ୍କ ୧୮ ବର୍ଷର IPL କ୍ୟାରିୟରରେ ଲାଗିଛି ବିରାମ। IPL ୨୦୨୭ ରିଟେନ୍ସନ ପୂର୍ବରୁ ଧୋନୀ ନିଜ ଅବସର ଘୋଷଣା କରି…

ପ୍ରେମିକଙ୍କ ସହ ହେଲା ଝଗଡା, ଶରୀରରେ ନିଆଁ ଲଗାଇଦେଲେ ଯୁବତୀ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୧୮।୧୧: ରାଜଧାନୀ ଭୁବନେଶ୍ୱରରେ ଅଭାବନୀୟ ଘଟଣା। ପ୍ରେମିକଙ୍କ ସହ ମତାନ୍ତରକୁ କେନ୍ଦ୍ର କରି ଜଣେ ଯୁବତୀ ନିଜ ଦେହରେ ନିଆଁ ଲଗାଇ ଆତ୍ମଦାହ ଉଦ୍ୟମ କରିଥିବା ସୂଚନା…

ଫାଇନାଲରେ ପାକିସ୍ତାନକୁ ହରାଇ ଭାରତର ଐତିହାସିକ ବିଜୟ, ପରାଜୟ ପରେ ଚାମ୍ପିୟନ ଟିମ୍‌କୁ ଦେଲା ଗାର୍ଡ ଅଫ ଅନର୍‌!

ନୂଆଦିଲ୍ଲୀ, ୧୮।୧୧: ରୋମାଞ୍ଚକର ଫାଇନାଲ ମୁକାବିଲାରେ ପାକିସ୍ତାନକୁ ପରାସ୍ତ କରି କ୍ରମାଗତ ତୃତୀୟ ଥର ପାଇଁ SAFF ଚାମ୍ପିୟନଶିପ ଟାଇଟଲ ନିଜ ନାମରେ କରିଛି ଭାରତ। ଏଥିସହ…

IND vs NZ ଟେଷ୍ଟ ସିରିଜ ପୂର୍ବରୁ WTC ପଏଣ୍ଟ ଟେବୁଲରେ ବଡ଼ ହଲଚଲ: ୨ ଦଳର ପଏଣ୍ଟ କାଟିଲା ICC, ଜାଣନ୍ତୁ କେତେ ସ୍ଥାନରେ ଭାରତ

ନୂଆଦିଲ୍ଲୀ, ୧୮।୧୧: ଆଇସିସି ୱାଲର୍‌ଡ ଟେଷ୍ଟ ଚାମ୍ପିୟନସିପ (WTC) ୨୦୨୫-୨୭ର ଚକ୍ର ଏବେ ରୋମାଞ୍ଚକର ସ୍ଥିତିରେ ପହଞ୍ଚିଛି। ଫାଇନାଲରେ ପହଞ୍ଚିବା ଦୌଡ଼କୁ ନେଇ ଶୀର୍ଷ ଦଳଗୁଡ଼ିକ ମଧ୍ୟରେ…

ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ରାତିଅଧରେ ହାଇଡ୍ରାମା: ଅଟୋରେ ଯୁବତୀଙ୍କୁ ନେଇ ଯାଉଥିବାବେଳେ ଘଟିଲା…

ଭୁବନେଶ୍ୱର,୧୮।୧୧(ତ୍ରିନାଥ ମହାନ୍ତି):ଭରତପୁର ଥାନା ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ସୋମବାର ବିଳମ୍ବିତ ରାତିର ହାଇଡ୍ରାମା ଦେଖିବାକୁ ମିଳିଛି। ଜଣେ ଯୁବତୀଙ୍କୁ ଅଟୋରେ ଦୁଇ ଜଣ ଯୁବକ ଅପହରଣ କରି ନେଉଥିଲେ।…

ଧୋନୀଙ୍କ ଏହି ୩ IPL ରେକର୍ଡ ଭାଙ୍ଗିବା ଅସମ୍ଭବ: ଏକମାତ୍ର ଖେଳାଳି ଭାବେ କରିଛନ୍ତି ଏମିତି କାରନାମା

ନୂଆଦିଲ୍ଲୀ,୧୮।୧୧: ଆଇପିଏଲ୍‌ରୁ ଖେଳାଳି ଭାବେ ସନ୍ନ୍ୟାସ ନେଇଛନ୍ତି ମହେନ୍ଦ୍ର ସିଂ ଧୋନୀ। ଆଗାମୀ ଦିନରେ ଆଉ ପଡ଼ିଆରେ ହଳଦିଆ ଜର୍ସି ପିନ୍ଧି ଖେଳୁଥିବାର ନଜର ଆସିବେ ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?