ଭୁବନେଶ୍ୱର,୨୦।୧୧: ସାମୁଦ୍ରିକ ଝଡ଼ ଅକ୍ୱାନ୍ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଗୋପାଳପୁର ନିକଟବର୍ତ୍ତୀ ଅଞ୍ଚଳରେ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି। ଲ୍ୟାଣ୍ଡଫଲ ସମୟରେ ଘଣ୍ଟାପ୍ରତି ୭୦ରୁ ୮୦ କିଲୋମିଟର ବେଗରେ ପବନ ବହିବାର ଆକଳନ କରାଯାଇଛି। ଏହା ସହ କିଛି ସ୍ଥାନରେ ପବନର ଝଟକା ବେଗ ଘଣ୍ଟାପ୍ରତି ୯୦ କିଲୋମିଟର ପର୍ଯ୍ୟନ୍ତ ରହିଛି।
ଝଡ଼ର ପ୍ରଭାବରେ ଗୋପାଳପୁର ଏବଂ ଏହାର ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ପବନର ତୀବ୍ରତା ବୃଦ୍ଧି ପାଇଛି। ଏଭଳି ସ୍ଥିତିରେ ଉପକୂଳବର୍ତ୍ତୀ ଅଞ୍ଚଳର ଲୋକଙ୍କୁ ସତର୍କ ରହିବା ସହ ପ୍ରଶାସନର ନିର୍ଦ୍ଦେଶ ମାନିବାକୁ ପରାମର୍ଶ ଦିଆଯାଇଛି।

