ଆମେରିକାର ଡ୍ରୋନ୍‌ ଆକ୍ରମଣରେ ପ୍ରାଣ ହରାଇଲେ ଅଲ-କାଏଦା ମୁଖ୍ୟ

ନ୍ୟୁୟର୍କ,୨ା୮: ଆଫଗାନିସ୍ତାନରେ ଆତଙ୍କବାଦ ବିରୋଧୀ ଅପରେଶନରେ ଅଲ-କାଏଦାର ମୁଖ୍ୟ ଆୟମାନ ଅଲ-ଜାୱାହିରି ପ୍ରାଣ ହରାଇଛନ୍ତି। ଆଫଗାନିସ୍ତାନର ରାଜଧାନୀ କାବୁଲରେ ଆମେରିକାର ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ଏଜେନ୍ସି (ସିଆଇଏ) ଦ୍ୱାରା ଡ୍ରୋନ ଷ୍ଟ୍ରାଇକ୍‌ରେ ରବିବାର ଜାୱାହିରିଙ୍କ ମୃତ୍ୟୁ ଘଟିଛି। ରାଷ୍ଟ୍ରପତି ଜୋ ବାଇଡେନ ଏହାକୁ ନିଶ୍ଚିତ କରିଛନ୍ତି।
ବାଇଡେନ୍‌ କହିଛନ୍ତି, ଜାୱାହିରି ଆମେରିକାର ନାଗରିକଙ୍କ ବିରୋଧରେ ହତ୍ୟା ଏବଂ ହିଂସା ରାସ୍ତା ପ୍ରସ୍ତୁତ କରୁଥିଲେ। ବର୍ତ୍ତମାନ ନ୍ୟାୟ ମିଳିଛି ଏବଂ ଏହି ଆତଙ୍କବାଦୀ ନେତା ଆଉ ନାହାଁନ୍ତି।
ଆମେରିକା ଡ୍ରୋନ ସହାୟତାରେ ଦୁଇଟି କ୍ଷେପଣାସ୍ତ୍ର ନିକ୍ଷେପ ବେଳେ ଜାୱାହିରି ଏକ ସୁରକ୍ଷିତ ଘରର ବାଲକୋନୀରେ ଥିଲେ। ଘଟଣାସ୍ଥଳରେ ଅନ୍ୟ ପରିବାର ସଦସ୍ୟ ଉପସ୍ଥିତ ଥିଲେ ମଧ୍ୟ ସେମାନଙ୍କର କାହାର କ୍ଷତି ହୋଇ ନ ଥିଲା ଏବଂ କେବଳ ଜାୱାହିରିଙ୍କ ମୃତ୍ୟୁ ଘଟିଥିଲା।
୨୦୧୧ରେ ଓସାମା ବିନ ଲାଡେନଙ୍କ ମୃତ୍ୟୁ ପରେ ଜାୱାହିରି ଅଲ-କାଏଦାକୁ ନିଜ ଅଧୀନରେ ନେଇଥିଲେ। ସେ ଏବଂ ବିନ ଲାଡେନ ଆମେରିକା ଉପରେ ହୋଇଥିବା ୯/୧୧ ଆକ୍ରମଣର ମାଷ୍ଟରମାଇଣ୍ଡ ଥିଲେ। ଜାୱାହିରି ‘ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ’ ମଧ୍ୟରୁ ଅନ୍ୟତମ। ୨୦୧୧ରେ ଓସାମା ବିନ ଲାଦେନ ହତ୍ୟା ପରେ ଅଲ କାଏଦା ପାଇଁ ଏହା ସବୁଠାରୁ ବଡ ଝଟକା।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ଯୁଦ୍ଧ ଭିତରେ ବମ୍ଫର ରୋଜଗାର କଲା ଇରାନ, ତେଲ ବିକ୍ରି କରି ହେଲା ମାଲାମାଲ, ଜାଣିଲେ ଟ୍ରମ୍ପଙ୍କ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୩୦।୩: ଇରାନ ସହିତ ଯୁଦ୍ଧ ଏବେ ଏକ ବିଶ୍ୱ ସଙ୍କଟରେ ପରିଣତ ହୋଇଛି। ତେଲ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାବେଳେ ସ୍ଥଳ ଏବଂ ଆକାଶ ଆକ୍ରମଣ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri