Posted inଜାତୀୟ

୧୪ ଦିନିଆ ରିମାଣ୍ଡରେ ଅଲ୍‌କାଏଦାର ୨ ଆତଙ୍କବାଦୀ

ଲକ୍ଷ୍ନୌ,୧୨।୭: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ରବିବାର ଗିରଫ ହୋଇଥିବା ଅଲ୍‌କାଏଦା ସଂଗଠନର ୨ଜଣ ଆତଙ୍କବାଦୀଙ୍କୁ ସୋମବାର କୋର୍ଟରେ ହାଜର କରାଯାଇଥିଲା। କଡ଼ା ସୁରକ୍ଷା ବଳୟ ମଧ୍ୟରେ ସେମାନଙ୍କୁ ହାଜର କରାଯାଇଥିଲା। ଆଣ୍ଟି ଟେରୋରିଷ୍ଟ ସ୍କ୍ବାର୍ଡ(ଏଟିଏସ୍‌) କରିଥିବା ରିମାଣ୍ଡ ଆବେଦନର କୋର୍ଟ ଶୁଣାଣି କରିଛନ୍ତି। ୨ଜଣ ଆତଙ୍କବାଦୀଙ୍କୁ ୧୪ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ତେବେ ଗିରଫ ହୋଇଥିବା ୨ଜଣ ଆତଙ୍କବାଦୀ ମୁଶିରୁଦ୍ଦିନ ଓ ମିନହାଜ ଅହମଦ ଜୁଲାଇ ୨୬ ପର୍ଯ୍ୟନ୍ତ ଏବେ ଜେଲ୍‌ରେ ରହିବେ। ମଙ୍ଗଳବାର ସକାଳ ୧୦ଟାରୁ ମଶିରୁଦ୍ଦିନ ଓ ମିହାଜଙ୍କ ପୋଲିସ ହେପାଜତ ଆରମ୍ଭ ହେବ। ଅନ୍ୟପଟେ ଏହି ଆତଙ୍କବାଦୀଙ୍କ ଗିରଫଦାରୀ ପରେ ସହରରେ ସୁରକ୍ଷା ବଢ଼ାଇବା ସହ ବିଭିନ୍ନ ସ୍ଥାନରେ ଜୋରଦାର ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri