ଅଲ-ଶିଫା ହସ୍ପିଟାଲ ଇସ୍ରାଏଲ ନିୟନ୍ତ୍ରଣରେ, ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଜବତ…

ଜେରୁଜେଲମ,୧୬।୧୧ : ଇସ୍ରାଏଲ ସେନା ଗାଜାର ସର୍ବବୃହତ ଅଲ-ଶିଫା ହସ୍ପିଟାଲ ଉପରେ ନିୟନ୍ତ୍ରଣ ହାସଲ କରିଛି। ଇସ୍ରାଏଲ ପ୍ରତିରକ୍ଷା ବାହିନୀ (ଆଇଡିଏଫ) କହିଛି ହସ୍ପିଟାଲର ତଳ ମହଲାରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ମିଳିଛି। ଏହାପୂର୍ବରୁ ହସ୍ପିଟାଲର ଅନେକ ସ୍ଥାନରେ ହମାସ ଯୌଦ୍ଧାଙ୍କ ସହ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିଲା।

ଇସ୍ରାଏଲ ସେନା ଅନୁଯାୟୀ ହସ୍ପିଟାଲର ଅନେକ ସ୍ଥାନରେ ଆତଙ୍କବାଦୀମାନେ ଥାଇପାରନ୍ତି। ଏହି କାରଣରୁ, ପ୍ରତ୍ୟେକ ଅଞ୍ଚଳ ତନ୍ନତନ୍ନ କରି ଖୋଜାଯାଉଛି। ଏହା ସହିତ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ କରିବାକୁ କୁହାଯାଇଛି। ଇସ୍ରାଏଲ ସେନା ଅନୁଯାୟୀ ହମାସ ମୁଖ୍ୟାଳୟ ଏହି ହସ୍ପିଟାଲରେ ରହିଛି।

ଏଥି ସହିତ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଇସ୍ରାଏଲ ସେନା ହସ୍ପିଟାଲ ଉପରେ ନିୟନ୍ତ୍ରଣ ହାସଲ କରିଥିବାରୁ ସେଠାରେ ଉପସ୍ଥିତ ଥିବା ଡାକ୍ତରଙ୍କ ସହ ଯୋଗାଯୋଗ ହୋଇପାରି ନାହିଁ। ଅନ୍ୟପକ୍ଷରେ, ମିଳିତ ଜାତିସଂଘ ଦାବି କରିଛି ହସ୍ପିଟାଲ ଭିତରେ ରୋଗୀ ଏବଂ କର୍ମଚାରୀଙ୍କ ସମେତ ପ୍ରାୟ ୨୩୦୦ ଲୋକ ଉପସ୍ଥିତ ଅଛନ୍ତି। ଗାଜାରେ ମିଳିତ ଜାତିସଂଘର ରିଲିଫ ମୁଖ୍ୟ ମାର୍ଟିନ ଗ୍ରିଫିଥସ କହିଛନ୍ତି ହସ୍ପିଟାଲଗୁଡ଼ିକ ଯୁଦ୍ଧକ୍ଷେତ୍ର ନୁହେଁ।

ନବଜାତ ଶିଶୁ, ରୋଗୀ, ଡାକ୍ତରୀ କର୍ମଚାରୀ ଏବଂ ହସ୍ପିଟାଲର ସମସ୍ତ ନାଗରିକଙ୍କ ସୁରକ୍ଷା ଅନ୍ୟ ସମସ୍ତ ଚିନ୍ତାଧାରାଠାରୁ ଅଧିକ ସ୍ଥାନିତ ହେବା ଆବଶ୍ୟକ। ଏହି ପରିପ୍ରେକ୍ଷୀରେ ଆଇଡିଏଫ ମୁଖପାତ୍ର ଲୁଟନାଟ କର୍ନେଲ ପିଟର ଲନର୍ର୍‌ କହିଛନ୍ତି ହମାସ ହସ୍ପିଟାଲ କମ୍ପ୍ଲେକ୍ସକୁ ଏହାର ମୁଖ୍ୟାଳୟ ଭାବରେ ବ୍ୟବହାର କରୁଥିଲା ବୋଲି ପ୍ରମାଣ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?