ପ୍ରଚାର ଆରମ୍ଭ କଲେ ଅଳକା

ବ୍ରଜରାଜନଗର,୧୫।୫(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳର ପ୍ରାର୍ଥୀ/ପ୍ରାର୍ଥତ୍ନୀ ଆରାଧ୍ୟ ଦେବତାଙ୍କୁ ପୂଜାର୍ଚ୍ଚନା କରି ପ୍ରଚାର ଆରମ୍ଭ କରିଛନ୍ତି। ବିଜୁ ଜନତା ଦଳ (ବିଜେଡି) ପ୍ରାର୍ଥତ୍ନୀ ଅଳକା ମହାନ୍ତି ବ୍ରଜରାଜନଗରର ଆରାଧ୍ୟ ଦେବୀ ମା’ରାମଚଣ୍ଡୀଙ୍କ ପାଖରେ ପୂଜାର୍ଚ୍ଚନା କରିଥିଲେ। ରବିବାର ସନ୍ଧ୍ୟାରେ ସମର୍ଥକମାନଙ୍କୁ ନେଇ ପୂଜାକରି ନିର୍ବାଚନୀ ପ୍ରଚାରକୁ ବାହାରି ଥିଲେ।

ସେ କହିଥିଲେ, ସ୍ବାମୀ ଛାଡ଼ି ଯାଇଥିବା ଅନେକ କାମ ତାଙ୍କୁ ପୂରଣ କରିବାକୁ ହେବ। ତା’ସହିତ ବ୍ରଜରାଜନଗର ଅଞ୍ଚଳରେ ଯେଉଁ ସବୁ ସମସ୍ୟା ରହିଛି ସେସବୁକୁ ସମାଧାନ କରାଯିବ। ପୂଜା ପରେ ପ୍ରଥମେ ରାମପୁର ଯାଇ ଲୋକଙ୍କୁ ଭେଟି ଭୋଟ ଭିକ୍ଷା କରିଥିଲେ। କାର୍ଯ୍ୟକ୍ରମରେ ଶତାଧିକ ବିଜେଡି କର୍ମକର୍ତ୍ତା ଉପସ୍ଥିତ ଥିଲେ। ନଗର ସଭାପତି ରାଧାକାନ୍ତ ପ୍ରଧାନ, ବରିଷ୍ଠ ସଦସ୍ୟ ତଥା ଜିଲା ଉପସଭାପତି ବିଶ୍ୱନାଥ ନାୟକ, ପୌରାଧ୍ୟକ୍ଷା ଯାଜ୍ଞସେନୀ ଓରାମ, ଉପାଧ୍ୟକ୍ଷ ଗୋପାଳ ସିତାନୀ, ନୃପଲାଲ ତାଣ୍ଡି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?