ବିଦାହେବେ ଅପାରଗ କର୍ମଚାରୀ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ଅପାରଗ ସରକାରୀ କର୍ମଚାରୀଙ୍କ ପାଇଁ ସତର୍କ ଘଣ୍ଟି। ଯେଉଁ କର୍ମଚାରୀଙ୍କ କାର୍ଯ୍ୟଶୈଳୀ ସନ୍ତୋଷଜନକ ନୁହେଁ କିମ୍ବା ସେମାନଙ୍କ ନିକଟରେ ପ୍ରଶାସନିକ ଦକ୍ଷତାର ଅଭାବ ରହିଛି ସେଭଳି କର୍ମଚାରୀଙ୍କୁ ସରକାର ବାଧ୍ୟତାମୂଳକ ଅବସର ଦେବାକୁ ପ୍ରସ୍ତୁତ ହେଉଛନ୍ତି। ପ୍ରଶାସନିକ ଦକ୍ଷତାକୁ ବୃଦ୍ଧି କରିବା ଉଦ୍ଦେଶ୍ୟରେ ସରକାର ଏଭଳି ପଦକ୍ଷେପ ନେବାକୁ ଯାଉଛନ୍ତି। ଭଲ କାମ କରିଥିବା କର୍ମଚାରୀଙ୍କୁ ପ୍ରୋତ୍ସାହନ ରାଶି ସହ ପଦୋନ୍ନତି ମଧ୍ୟ ମିଳିବ। ରାଜ୍ୟ ସରକାର ୨୦୧୯ ସେପ୍ଟେମ୍ବର ୨୪ରେ ଏକ ସର୍କୁଲାର ନଂ. ୨୭୦୩୭ ଜାରି କରି ଏନେଇ ରିପୋର୍ଟ ପ୍ରସ୍ତୁତ କରିବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ସରକାରଙ୍କ ଏହି ନିର୍ଦ୍ଦେଶନାମାକୁ ଅଧିକାଂଶ ବିଭାଗ ଓ ବିଭାଗୀୟ ମୁଖ୍ୟ ଦପ୍ତର କାର୍ଯ୍ୟକାରୀ କରିନାହାନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ବୁଧବାର ଆଉ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ସେଥିପାଇଁ ଏକ ସମୟସୀମା ଧାର୍ଯ୍ୟ କରାଯାଇଛି। ନଭେମ୍ବର ୧୫ ସୁଦ୍ଧା କର୍ମଚାରୀମାନଙ୍କର ବାଧ୍ୟତାମୂଳକ ଅବସର, ପଦୋନ୍ନତି ଏବଂ ପ୍ରୋତ୍ସାହନ ରାଶି ପାଇଁ ଏକ କମିଟି ଗଠନ କରିବାକୁ ବିଭାଗଗୁଡିକୁ କୁହାଯାଇଛି।
ଏଥିପାଇଁ ମାନବ ସମ୍ବଳ ପରିଚାଳନା ବ୍ୟବସ୍ଥା(ଏଚ୍‌ଆର୍‌ଏମ୍‌ଏସ୍‌) ଜରିଆରେ ଏକ ଅନ୍‌ଲାଇନ ବ୍ୟବସ୍ଥା କରାଯାଇଛି। ସେଥିରେ ସମସ୍ତ ବିଭାଗ, ବିଭାଗୀୟ ମୁଖ୍ୟ ଦପ୍ତର ଏବଂ ଜିଲାସ୍ତରୀୟ କାର୍ଯ୍ୟାଳୟଗୁଡିକ ନୋମିନେଶନ, ଭିଜିଲାନ୍ସ କ୍ଲିୟରାନ୍ସ ଏବଂ ପରଫର୍ମାନ୍ସ ଆପ୍ରେଜାଲ୍‌ ରିପୋର୍ଟ (ପିଏଆର୍‌)ର ସମସ୍ତ ତଥ୍ୟ ଦାଖଲ କରିବାକୁ କୁହାଯାଇଛି। ଅଧସ୍ତନ ଅଧିକାରୀ, ନିର୍ଦ୍ଦେଶାଳୟ, ଜିଲାପାଳମାନେ ନଭେମ୍ବର ୩୦ ସୁଦ୍ଧା ସେମାନଙ୍କ ସୁପାରିସ ନିଜ ବିଭାଗକୁ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଗୁଆ ଅବସର, ପଦୋନ୍ନତି ଏବଂ ପ୍ରୋତ୍ସାହନ ରାଶି ପ୍ରଦାନ ସମ୍ପର୍କରେ ଗଠିତ କମିଟି ଆସନ୍ତା ଡିସେମ୍ବର ୧୦ ସୁଦ୍ଧା ବୈଠକ କରି ଚୂଡ଼ାନ୍ତ ନିଷ୍ପତ୍ତି ନେବେ ଏବଂ ଡିସେମ୍ବର ୧୫ ସୁଦ୍ଧ ତାହା ନିଜ ନିଜ ବିଭାଗକୁ ପଠାଇବାକୁ କୁହାଯାଇଛି। ଏ ନେଇ ଡିସେମ୍ବର ୩୧ ସୁଦ୍ଧା ସରକାର ନିଷ୍ପତ୍ତି ନେବେ ବୋଲି ସର୍କୁଲାରରେ କୁହାଯାଇଛି।
ପ୍ରଶାସନିକ ବ୍ୟବସ୍ଥାକୁ ଲୋକାଭିମୁଖୀ କରିବା ସହିତ ଦୁର୍ନୀତି ପ୍ରତି ଶୂନ ସହନଶୀଳତା ନୀତି ଅବଲମ୍ବନ ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା ଗୁରତ୍ୱାରୋପ କରି ଆସିଛନ୍ତି। କିନ୍ତୁ କେତେକ ଅଧିକାରୀଙ୍କ ଉଦାସୀନତା ଯୋଗୁ ସେହି ଲକ୍ଷ୍ୟ ବାଟବଣା ହେଉଛି। ପ୍ରଶାସନିକ ସ୍ଥାଣୁତା ଦୂର କରିବାକୁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?