ଦକ୍ଷିଣ କୋରିଆ ପାଇଁ ସତର୍କ ଘଣ୍ଟି: ଜନ୍ମଠାରୁ ମୃତ୍ୟୁ ହାର ଅଧିକ

ସିଓଲ,୪।୧: ଦକ୍ଷିଣ କୋରିଆରେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦେଶରେ ଜନ୍ମ ତୁଳନାରେ ମୃତ୍ୟୁ ହାର ଅଧିକ ହେବାରେ ଲାଗିଛି। ୨୦୨୦ରେ ଦେଶରେ ୨୭୫,୮୦୦ ଶିଶୁ ଜନ୍ମ ନେଇଛନ୍ତି। ଏହା ୨୦୧୯ ତୁଳନାରେ ୧୦ ପ୍ରତିଶତ କମ୍‌ ରହିଛି। ସେହିପରି ୨୦୨୦ରେ ଦେଶରେ ୩୦୭,୭୬୪ ଲୋକଙ୍କ ମୃତ୍ୟୁ ଘଟିଛି। ପୃଥିବୀର କମ୍‌ ଜନ୍ମ ହାର ଦେଶ ଭାବେ ଦକ୍ଷିଣ କୋରିଆ ଜଣାଶୁଣା। ଏପରିସ୍ଥଳେ ଦେଶରେ ମୃତ୍ୟୁ ହାର ବଢୁଥିବାରୁ ମାନବ ସମ୍ବଳ ଉପରେ ନକାରାତ୍ମକ ପ୍ରଭାବ ପଡ଼ିବାର ଆଶଙ୍କା ଦେଖାଦେଇଛି। ଦେଶରେ ବୟସ୍କଙ୍କ ସଂଖ୍ୟା ଅଧିକ ଥିବାରୁ ସେମାନଙ୍କ ସ୍ବାସ୍ଥ୍ୟ ସେବା ଲାଗି ଅଧିକ ରାଜସ୍ବ ଖର୍ଚ୍ଚ ହେଉଛି। ଏହା ଦେଶର ଆର୍ଥିକ ସ୍ଥିତିି ଉପରେ ପ୍ରଶ୍ନ ଚିହ୍ନ ସୃଷ୍ଟି କରିଛି। ତେଣୁ ସରକାର ୨୦୨୨ଠାରୁ ଶିଶୁ ଜନ୍ମ ହେଲେ ମାତାପିତାଙ୍କୁ ୨୦ ଲକ୍ଷ ଓ୍ବନ୍‌ ପୁରସ୍କାର ଘୋଷଣା କରିଛନ୍ତି। ସେହିପରି ୧ ବର୍ଷ ପର୍ଯ୍ୟନ୍ତ ଶିଶୁଙ୍କ ଖର୍ଚ୍ଚ ପାଇଁ ମାତାପିତାଙ୍କୁ ୩ ଲକ୍ଷ ଓ୍ବନ୍‌ ପ୍ରଦାନ କରାଯାଉଥିବାବେଳେ ୨୦୨୫ଠାରୁ ଏହାକୁ ବଢ଼ାଇ ୫ ଲକ୍ଷ ଓ୍ବନ୍‌୍‌ କରାଯିବ ବୋଲି ସରକାର ଘୋଷଣା କରିଛନ୍ତି। ଏହାଦ୍ୱାରା ଦେଶର ଜନସଂଖ୍ୟା ବଢ଼ିବାର ଆଶା ରହିଛି। ୨୦୨୦ ଡିସେମ୍ବର ଶେଷ ସୁଦ୍ଧା ଦେଶର ଜନସଂଖ୍ୟା ୫୧,୮୨୯,୦୨୩ ଥିଲା। ୨୦୧୯ ତୁଳନାରେ ଏହା ୨୦,୮୩୮ କମ୍‌ ରହିଥିବା ସରକାରୀ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri