Posted inଜାତୀୟ

ପ୍ରଥମେ କୋଭାକ୍ସିନ, ଦ୍ୱିତୀୟ ଡୋଜରେ କୋଭିଶିଲ୍ଡ

ମୁମ୍ବାଇ,୧୩।୫: ମହାରାଷ୍ଟ୍ରର ଜଣେ ୭୨ ବର୍ଷୀୟ ବୃଦ୍ଧଙ୍କୁ ଦୁଇଟି ଭିନ୍ନ ଭିନ୍ନ କୋଭିଡ୍‌ ଟିକା ଦିଆଯାଇଥିବା ଘଟଣା ସାମ୍ନାକୁ ଆସିଛି। ଜଲନା ଜିଲାର ବସୀନ୍ଦା ଦତ୍ତାତ୍ରେୟ ଓ୍ବାଗମାରେ ମାର୍ଚ୍ଚ ୨୨ ତାରିଖରେ ଗ୍ରାମାଞ୍ଚଳର ଏକ ସ୍ବାସ୍ଥ୍ୟ କେନ୍ଦ୍ରରେ ନେଇଥିଲେ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକା। ଅପ୍ରିଲ ୩୦ ତାରିଖରେ ସେ ଦ୍ୱିତୀୟ ଡୋଜ ପାଇଁ ଯାଇଥିଲେ ଅନ୍ୟ ଏକ ସ୍ବାସ୍ଥ୍ୟକେନ୍ଦ୍ରକୁ। କିନ୍ତୁ ଏଥର ତାଙ୍କୁ ଦିଆଯାଇଥିଲା ସିରମ ଇନଷ୍ଟିଚ୍ୟୁଟରେ ପ୍ରସ୍ତୁତ କୋଭିଶିଲ୍ଡ।

ଦୁଇଟି ଭିନ୍ନ ଭିନ୍ନ ଟିକା ନେବା ପରେ ତାଙ୍କ ନିକଟରେ ଦେଖାଦେଇଥିଲା ଜ୍ୱର, ମୁଣ୍ଡବିନ୍ଧା ସହ ଶରୀରର ବିଭିନ୍ନ ସ୍ଥାନରେ ଦାଗ ଭଳି ପାର୍ଶ୍ୱ ପ୍ରତିକ୍ରିୟା। ଏହାପରେ ତାଙ୍କୁ ପାର୍ତୁର ସ୍ଥିତ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଇଥିଲେ ପୁଅ ଦିଗାମ୍ବର। ତାଙ୍କର ଦୁଇଟି ଟିକାକରଣ ପ୍ରମାଣପତ୍ର ଦେଖିବା ପରେ ସ୍ବାସ୍ଥ୍ୟ ଅଧିକାରୀଙ୍କ ସାମ୍ନାକୁ ଆସିଥିଲା ଘଟଣା।

ଓ୍ବାଗମାରେଙ୍କୁ ମିଳିଥିବା ପ୍ରୋଭିଜିନାଲ ସାର୍ଟିଫିକେଟରେ ପ୍ରଥମେ କୋଭାକ୍ସିନ ଓ ଦ୍ୱିତୀୟ ଡୋଜରେ କୋଭିଶିଲ୍ଡ ଦିଆଯାଇଥିବା ଦର୍ଶାଯାଇଛି। ମୋ ବାପା ଜଣେ ଅଶିକ୍ଷିତ। ମୁଁ ମଧ୍ୟ ଅଧିକ ପଢ଼ିନାହିଁ। ଟିକାକରଣ କେନ୍ଦ୍ରରେ ଉପସ୍ଥିତ ଥିବା ସ୍ବାସ୍ଥ୍ୟ ଅଧିକାରୀଙ୍କ ଅବହେଳା ଯୋଗୁ ଏଭଳି ଘଟିଥିବା ଅଭିଯୋଗ ଆଣିଛନ୍ତି ଦିଗାମ୍ବର। ପରିବାର ପକ୍ଷରୁ ସ୍ବାସ୍ଥ୍ୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କରାଯିବା ପରେ ଘଟଣାର ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri