ଅଲାରନାଥ ପୀଠରେ ଅନବସର ଦର୍ଶନ

ବ୍ରହ୍ମଗିରି,୬ା୬(ଡି.ଏନ୍‌.ଏ): ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହ ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରାରେ ସ୍ନାନ କରି ଜ୍ୱରରେ ପଡ଼ିଛନ୍ତି। ଫଳରେ ମହାପ୍ରଭୁ ଏବେ ଅଣସରରେ ୧୪ଦିନ ରହିବେ। ଏହି ସମୟରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ଦର୍ଶନ ପାଇପାରିବେ ନାହିଁ। ତେବେ ଅଗଣିତ ଶ୍ରଦ୍ଧାଳୁଙ୍କ ଭକ୍ତିକୁ ଦେଖି ମହାପ୍ରଭୁ ଅଣସରରେ ରହି ଶ୍ରୀକ୍ଷେତ୍ର ନିକଟସ୍ଥ ବ୍ରହ୍ମଗିରିସ୍ଥିତ ବ୍ରହ୍ମକ୍ଷେତ୍ର ଅଲାରନାଥ ମନ୍ଦିରରେ ଅଲାରନାଥଙ୍କ ବେଶରେ ଦର୍ଶନ ଦେବେ। ଏହି ୧୪ଦିନ ଅଲାରନାଥ ପୀଠ ପାଲଟିଯାଏ ଏକ ପୁଣ୍ୟ ପୀଠ। ସୋମବାର ଏହି ଅନବସର ଦର୍ଶନର ପ୍ରଥମଦିନ ହୋଇଥିବା ବେଳେ ଅଲାରନାଥଙ୍କୁ ଦର୍ଶନ କରିବା ପାଇଁ ରାଜ୍ୟ ତଥା ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି।
ଅନୁଯାୟୀ, ଭୋରରୁ ମନ୍ଦିରର ଦ୍ୱାରଫିଟା ନୀତି ହୋଇଥିବା ବେଳେ ମଙ୍ଗଳ ଆଳତି ସହ ଅନ୍ୟାନ୍ୟ ନୀତିକାନ୍ତି ହୋଇ ଅନବସର ବେଶରେ ସଜ୍ଜିତ ହେବା ପରେ ସର୍ବସାଧାରଣଙ୍କ ନିମନ୍ତେ ଦର୍ଶନ ଦେଇଥିଲେ ପ୍ରଭୁ ଅଲାରନାଥ। ସକାଳଠାରୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହିଥିବା ବେଳେ ସମୟାନୁକ୍ରମେ ଏହି ସଂଖ୍ୟା ଧୀରେ ଧୀରେ ବଢ଼ିବାକୁ ଲାଗିଥିଲା। ଶୃଙ୍ଖଳିତ ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାରିକେଡ ଓ ଶେଡ୍‌ ବ୍ୟବସ୍ଥା କରାଯାଇଥିବା ବେଳେ ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଅପରାହ୍ନ ସମୟରେ ଖରା ଓ ଗୁଳୁଗୁଳି ସତ୍ତ୍ୱେ ଶ୍ରଦ୍ଧାଳୁମାନେ ଶାନ୍ତିଶୃଙ୍ଖଳା ଭାବେ ଧାଡ଼ିରେ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିଥିଲେ। ଖରାକୁ ଦୃଷ୍ଟିରେ ରଖି ସ୍ଥାନୀୟ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ପାଣି ବଣ୍ଟନ ଓ ଜଳ ସିଞ୍ଚନ କରାଯାଇଥିଲା। ପ୍ରଥମ ଦିନରେ ପ୍ରାୟ ୧୫ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଦର୍ଶନ ପାଇଁ ଆସିଥିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏପରିକି ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri