ଅଲାରନାଥ ପୀଠରେ ଅନବସର ଦର୍ଶନ

ବ୍ରହ୍ମଗିରି,୬ା୬(ଡି.ଏନ୍‌.ଏ): ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହ ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରାରେ ସ୍ନାନ କରି ଜ୍ୱରରେ ପଡ଼ିଛନ୍ତି। ଫଳରେ ମହାପ୍ରଭୁ ଏବେ ଅଣସରରେ ୧୪ଦିନ ରହିବେ। ଏହି ସମୟରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ଦର୍ଶନ ପାଇପାରିବେ ନାହିଁ। ତେବେ ଅଗଣିତ ଶ୍ରଦ୍ଧାଳୁଙ୍କ ଭକ୍ତିକୁ ଦେଖି ମହାପ୍ରଭୁ ଅଣସରରେ ରହି ଶ୍ରୀକ୍ଷେତ୍ର ନିକଟସ୍ଥ ବ୍ରହ୍ମଗିରିସ୍ଥିତ ବ୍ରହ୍ମକ୍ଷେତ୍ର ଅଲାରନାଥ ମନ୍ଦିରରେ ଅଲାରନାଥଙ୍କ ବେଶରେ ଦର୍ଶନ ଦେବେ। ଏହି ୧୪ଦିନ ଅଲାରନାଥ ପୀଠ ପାଲଟିଯାଏ ଏକ ପୁଣ୍ୟ ପୀଠ। ସୋମବାର ଏହି ଅନବସର ଦର୍ଶନର ପ୍ରଥମଦିନ ହୋଇଥିବା ବେଳେ ଅଲାରନାଥଙ୍କୁ ଦର୍ଶନ କରିବା ପାଇଁ ରାଜ୍ୟ ତଥା ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି।
ଅନୁଯାୟୀ, ଭୋରରୁ ମନ୍ଦିରର ଦ୍ୱାରଫିଟା ନୀତି ହୋଇଥିବା ବେଳେ ମଙ୍ଗଳ ଆଳତି ସହ ଅନ୍ୟାନ୍ୟ ନୀତିକାନ୍ତି ହୋଇ ଅନବସର ବେଶରେ ସଜ୍ଜିତ ହେବା ପରେ ସର୍ବସାଧାରଣଙ୍କ ନିମନ୍ତେ ଦର୍ଶନ ଦେଇଥିଲେ ପ୍ରଭୁ ଅଲାରନାଥ। ସକାଳଠାରୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହିଥିବା ବେଳେ ସମୟାନୁକ୍ରମେ ଏହି ସଂଖ୍ୟା ଧୀରେ ଧୀରେ ବଢ଼ିବାକୁ ଲାଗିଥିଲା। ଶୃଙ୍ଖଳିତ ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାରିକେଡ ଓ ଶେଡ୍‌ ବ୍ୟବସ୍ଥା କରାଯାଇଥିବା ବେଳେ ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଅପରାହ୍ନ ସମୟରେ ଖରା ଓ ଗୁଳୁଗୁଳି ସତ୍ତ୍ୱେ ଶ୍ରଦ୍ଧାଳୁମାନେ ଶାନ୍ତିଶୃଙ୍ଖଳା ଭାବେ ଧାଡ଼ିରେ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିଥିଲେ। ଖରାକୁ ଦୃଷ୍ଟିରେ ରଖି ସ୍ଥାନୀୟ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ପାଣି ବଣ୍ଟନ ଓ ଜଳ ସିଞ୍ଚନ କରାଯାଇଥିଲା। ପ୍ରଥମ ଦିନରେ ପ୍ରାୟ ୧୫ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଦର୍ଶନ ପାଇଁ ଆସିଥିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏପରିକି ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri