Posted inଖେଳ

ଟିମ୍‌ ଇଣ୍ଡିଆର ଦୁର୍ବଳତା ଦେଖାଇଲେ କିମ୍ବଦନ୍ତୀ ଖେଳାଳି

ଲଣ୍ଡନ,୨।୭: ଘରୋଇ ପରିବେଶରେ ନ୍ୟୁଜିଲାଣ୍ଡ ଠାରୁ ୦-୧ରେ ଟେଷ୍ଟ ସିରିଜ୍‌ ହାରିବା ପରେ ଇଂଲଣ୍ଡ ଦଳକୁ ସମାଲୋଚନା କରିଥିଲେ ମାଇକେଲ ଭନ ଓ ନାସିର ହୁସେନଙ୍କ ଭଳି ପୂର୍ବତନ ଅଧିନାୟକ। ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ଅଭାବ ଓ ଜୋଫ୍ରା ଆର୍ଚ୍ଚରଙ୍କ ଅନୁପସ୍ଥିତି ଯୋଗୁ ଭାରତ ବିପକ୍ଷ ସିରିଜ୍‌କୁ ଜିତିବା ଇଂଲଣ୍ଡ ପକ୍ଷେ କଷ୍ଟକର ହୋଇପଡ଼ିବ ବୋଲି ସେମାନେ କହିଥିଲେ। କିନ୍ତୁ ଆଉ ଜଣେ ପୂର୍ବତନ ଅଧିନାୟକ ଆଲିଷ୍ଟର କୁକ୍‌ଙ୍କ ଅନୁଯାୟୀ, ଭାରତୀୟ ଦଳର ବଡ଼ ଦୁର୍ବଳତା ରହିଛି। ଘରୋଇ ଇଂଲଣ୍ଡ ଦଳ ଯାହାର ଫାଇଦା ଉଠାଇ ସିରିଜ୍‌କୁ ସହଜରେ ଜିତି ପାରିବ।

“ଭାରତ ଅନ୍ୟତମ ଟେଷ୍ଟ ଦଳ। କିନ୍ତୁ ବଲ ଯଦି ମୁଭ କରେ, ତେବେ ଇଂଲଣ୍ଡରେ ସେମାନଙ୍କ ଜିତିବାର ସମ୍ଭାବନା ଖୁବ୍‌ କମ୍‌। ଅଗଷ୍ଟ ମାସରେ ଯେଉଁଭଳି ପିଚ୍‌ ବ୍ୟବହାର କରେ, ତାହା ଇଂଲଣ୍ଡ ବୋଲରଙ୍କୁ ଫାଇଦା ଦେବ। ଭାରତ ପାଖରେ ବହୁ ବିଶ୍ୱ ସ୍ତରୀୟ ବ୍ୟାଟ୍ସମ୍ୟାନ ରହିଛନ୍ତି। ମାତ୍ର ମୁଭ କରୁଥିବା ବଲକୁ ଖେଳିବାରେ ସେମାନଙ୍କ ଦୁର୍ବଳତା ରହିଛି। ଯଦି ସେଭଳି ଘଟେ, ତେବେ ଇଂଲଣ୍ଡ ଦଳର ଜିତିବାର ବିଶେଷ ସମ୍ଭାବନା ରହିବ” ବୋଲି କୁକ୍‌ ଏକ ସାକ୍ଷାତ୍‌କାରରେ କହିଛନ୍ତି।

ଉଲ୍ଲେଖଯୋଗ୍ୟ, ଅନ୍ତିମ ଥର ୨୦୦୭ରେ ଇଂଲଣ୍ଡରେ ଟେଷ୍ଟ ସିରିଜ୍‌ ଜିତିଥିଲା ଭାରତ। ତା’ ପରଠୁ ଟିମ୍‌ ଇଣ୍ଡିଆ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରେ ଶୋଚନୀୟ ପ୍ରଦର୍ଶନ କରିଆସିଛି। ୨୦୧୧ରେ ୦-୪ ବ୍ୟବଧାନରେ ପରାସ୍ତ ହୋଇଥିବାବେଳେ ୨୦୧୪ରେ ୧-୩ ଓ ୨୦୧୮ରେ ୧-୪ ବ୍ୟବଧାନରେ ପରାଜୟ ବରଣ କରିଥିଲା ଭାରତ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଅତିଷ୍ଠ ହେଉଛିସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri