ଚିତ୍ରକୋଣ୍ଡା ବିଡିଓଙ୍କ ଆଲବମ୍‌ ଭିଡିଓ ଭାଇରାଲ

ମାଲକାନଗିରି,୪ା୧୦ (ଡି.ଏନ.ଏ.)-ଚିତ୍ରକୋଣ୍ଡା ବିଡିଓ ଲରିମନ ଖର୍ସେଲଙ୍କ ଏକ ଆଲବମ୍‌ ଭିଡିଓ ଶନିବାର ଭାଇରାଲ ହୋଇଛି। ସେ ଜଣେ ଓଡିଶା ପ୍ରଶାସନିକ ଅଧିକାରୀ ହୋଇଥିବା ବେଳେ ସମ୍ପୃକ୍ତ ଭିଡିଓରେ ହିରୋ ହୋଇ ଆଲବମ ପ୍ରସ୍ତୁତ କରିବା କେତେଦୂର ଯୁକ୍ତିଯୁକ୍ତ ବୋଲି ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଖର୍ସେଲ ଚିତ୍ରକୋଣ୍ଡା ବ୍ଲକକୁ ବିଡିଓ ଭାବେ ଆସିବା ପରେ ବିଚ୍ଛିନ୍ନଞ୍ଚଳ ସ୍ବାଭିମାନ ଅଞ୍ଚଳରେ ପରିଣତ ହୋଇଥିଲା। ବିଭିନ୍ନ ସମୟରେ ସେ ଉନ୍ନୟନମୂଳକ କାର୍ଯ୍ୟ କରି ଲୋକଙ୍କ ନିକଟରେ ପ୍ରଶାସନକୁ ପହଞ୍ଚାଉଥିଲେ। ମାଓବାଦୀ ସକ୍ରିୟ ଅଞ୍ଚଳ ଧୁଳିପୁଟରେ ସେ ପ୍ରଥମେ ପ୍ରଶାସନିକ ଅଧିକାରୀମାନଙ୍କୁ ନେଇ ପହଞ୍ଚତ୍ଥିଲେ। ଏମଏନଆରଇଜିଏସକୁ ମଧ୍ୟ ସେ ସ୍ବାଭିମାନ ଅଞ୍ଚଳରେ ପହଞ୍ଚାଇ ଲୋକଙ୍କୁ କର୍ମସଂସ୍ଥାନ ଯୋଗଇଥିଲେ। ଏପରି ଜଣେ ଅଧିକାରୀ ଆଲବମ୍‌ ସୁଟିଂ କରି ସେଥିରେ ହିରୋ ହେବା ଘଟଣା ସାଧାରଣରେ ନାପସନ୍ଦ ହୋଇଛି। ଏ ସମ୍ପର୍କରେ ବିଡିଓ ଖର୍ସେଲ କହିଛନ୍ତି, କିଛି ମନ୍ଦ ଉଦ୍ଦେଶ୍ୟ ରଖି ତାଙ୍କୁ ବଦନାମ କରାଯାଉଛି। ସଙ୍ଗୀତ ପ୍ରତି ତାଙ୍କର ଦୁର୍ବଳତା ରହିଛି। ସେ ପୂର୍ବରୁ ଅନେକ ଆଲବମ କରିଛନ୍ତି। ଏହି ଆଲବମଟି ଗତବର୍ଷ କରିଛନ୍ତି। କୋଭିିଡର ସମସ୍ତ ନିୟମ ପାଳନ ସମ୍ପର୍କରେ ଆଲବମ୍‌ରେ ଚିତ୍ରଣ କରାଯାଇଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?