Posted inଖେଳ

ଫାଇନାଲରେ ଅଲ୍‌କାରାଜ

ଓ୍ବିମ୍ବେଲଡନ,୧୩ା୭: ଡିଫେଣ୍ଡିଂ ଚାମ୍ପିୟନ ସ୍ପେନ୍‌ର କାର୍ଲୋସ ଅଲ୍‌କାରାଜ ଚଳିତ ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ସେଣ୍ଟର କୋର୍ଟରେ ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ସେ ବିନା ପତାକାରେ ଖେଳୁଥିବା ରୁଷିଆର ଡାନିଲ ମେଡଭେଡେଭଙ୍କୁ ୬-୭ (୧/୭), ୬-୩, ୬-୪, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି। ଟାଇବ୍ରେକରରେ ଶେଷ ହୋଇଥିବା ପ୍ରଥମ ସେଟ୍‌ରେ ବାଜି ମାରିଥିଲେ ମେଡଭେଡେଭ। ମାତ୍ର ଅଲ୍‌କାରାଜ ସଫଳ ପ୍ରତ୍ୟାବର୍ତ୍ତନ କରି ପରବର୍ତ୍ତୀ ୩ଟି ସେଟ୍‌କୁ ଜିତି ନେଇଥିଲେ। ଫଳରେ ମେଡଭେଡେଭଙ୍କ ଅଭିଯାନ ଏଠାରୁ ଶେଷ ହୋଇଛି।

ଚଳିତ ବର୍ଷ ଫ୍ରେଞ୍ଚ୍‌ ଓପନ ଜିତି ସାରିଥିବା ଅଲ୍‌କାରାଜ ଦ୍ୱିତୀୟ ଥରପାଇଁ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟାଇଟଲ ବିଜୟର ଦ୍ୱାରରେ ପହଞ୍ଚତ୍ ଯାଇଛନ୍ତି। ସେ ୨୦୨୩ରେ ମଧ୍ୟ ଏଠାରେ ଚାମ୍ପିୟନ ହୋଇଥିଲେ। ୨୦୨୨ରେ ସେ ୟୁଏସ୍‌ ଓପନ ଟାଇଟଲ ହାସଲ କରିଥିଲେ। ଫାଇନାଲରେ ସେ ଇଟାଲିର ଲୋରେଞ୍ଜୋ ମୁସେଟି କିମ୍ବା ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌ଙ୍କୁ ଭେଟିବେ। ମୁସେଟି ପ୍ରଥମଥରପାଇଁ କୌଣସି ଗ୍ରାଣ୍ଡସ୍ଲାମର ସେମିଫାଇନାଲରେ ପ୍ରବେଶ କରିଥିବାବେଳେ ଜୋକୋଭିଚ୍‌ ୭ ଥର ୨୦୧୧, ୨୦୧୪, ୨୦୧୫, ୨୦୧୮, ୨୦୧୯, ୨୦୨୧ ଓ ୨୦୨୨ରେ ଓ୍ବିମ୍ବେଲଡନ ଚାମ୍ପିୟନ ହୋଇ ସାରିଛନ୍ତି। ପ୍ରକାଶ ଯୋଗ୍ୟ ଯେ, ଇଟାଲୀର ଜସ୍‌ମିନ୍‌ ପାଓଲିନି ଓ ଚେକ୍‌ ରିପବ୍ଲିକର ବାର୍ବରା କ୍ରେଜିକୋଭା ଚଳିତ ବର୍ଷର ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। କ୍ରୋଏସିଆର ଡୋନ୍ନା ଭେକିକଙ୍କୁ ହରାଇ ଜସ୍‌ମିନ୍‌ ପାଓଲିନି ଓ କାଜାଖସ୍ତାନର ଏଲିନା ରିବାକିନାଙ୍କୁ ହରାଇ ବାର୍ବରା କ୍ରେଜିକୋଭା ପ୍ରଥମ ଥର ପାଇଁ ଓ୍ବିମ୍ବେଲଡନ୍‌ ଫାଇନାଲରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

ଠପ୍‌ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି)…

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri