Posted inଖେଳ

ଟାଇଟଲ ବଜାୟ ରଖିଲେ ଅଲ୍‌କାରାଜ

ଇଣ୍ଡିଆନ ଓ୍ବେଲ୍ସ, ୧୯ା୩ (ଏପି): କାର୍ଲୋସ ଅଲ୍‌କାରାଜ ବିଏନ୍‌ପି ପାରିବାସ ଓପନ୍‌ ଟେନିସ ଟାଇଟଲ ବଜାୟ ରଖିଛନ୍ତି। ଫାଇନାଲରେ ସେ ଡାନିଲ ମେଡଭେଡେଭଙ୍କୁ ୭-୬ (୫), ୬-୧ରେ ହରାଇ ଦେଇଛନ୍ତି। ଏହି ଇଭେଣ୍ଟରେ ସେ କ୍ରମାଗତ ଦ୍ୱିତୀୟ ଥର ଫାଇନାଲରେ ମେଡଭେଡେଭଙ୍କୁ ଭେଟିଥିଲେ। ଗତବର୍ଷ ଓ୍ବିମ୍ବେଲଡନ ପରେ ଏହା ହେଉଛି ତାଙ୍କର ଦ୍ୱିତୀୟ ଟାଇଟଲ। ଅନ୍ୟପକ୍ଷରେ ଇଗା ସ୍ବିଟେକ୍‌ ୬-୪, ୬-୦ରେ ମାରିଆ ସାକାରୀଙ୍କୁ ହରାଇ ମହିଳା ସିଙ୍ଗଲ୍ସ ଟାଇଟଲ ଜିତିଛନ୍ତି। ସ୍ବିଟେକ୍‌ ମ୍ୟାଚ ପିଛା ୩.୫ ଗେମ୍‌ ଆଭରେଜରେ ୧୨ ଦିନ ଧରି ଚାଲିଥିବା ଏହି ଟୁର୍ନାମେଣ୍ଟରେ ଖେଳିଥିବା ୬ଟି ମ୍ୟାଚରେ ୨୧ଟି ଗେମ୍‌ରେ ପରାସ୍ତ ହୋଇଛନ୍ତି। ସୂଚନାଯୋଗ୍ୟ, ଫେବୃଆରୀ ଶେଷରେ ଅନୁଷ୍ଠିତ ରିଓ ଓପନରେ ଅଲ୍‌କାରାଜଙ୍କ ଗୋଇଠିରେ ଆଘାତ ଲାଗିଥିଲା। ଏଠାରେ ସେ ସମ୍ପୂର୍ଣ୍ଣ ଟୁର୍ନାମେଣ୍ଟ ଖେଳିପାରିବେ କି ନା ସେ ନେଇ ସନ୍ଦେହ ରହିଥିଲା। କିନ୍ତୁ ସେ ଏଠାରେ ଦ୍ୱିତୀୟ ଥର ଟାଇଟଲ ଜିତି ଫେରିଛନ୍ତି। ନୋଭାକ ଜୋକୋଭିଚ୍‌ଙ୍କ ପରେ ଇଣ୍ଡିଆନ ଓ୍ବେଲ୍ସରେ ଟାଇଟଲ ବଜାୟ ରଖିବାରେ ଅଲ୍‌କାରାଜ ହେଉଛନ୍ତି ପ୍ରଥମ ପୁରୁଷ ଖେଳାଳି। ଜୋକୋଭିଚ୍‌ ୨୦୧୪-ରୁ୧୬ କ୍ରମାଗତ ୩ଥର ଏଠାରେ ଟାଇଟଲ ଜିତିଥିଲେ। ଅଲ୍‌କାରାଜ ଗତବର୍ଷ ସର୍ଦ୍ଦର୍ନ କାଲିଫର୍ନିଆ ଡେଜର୍ଟରେ ମେଡଭେଡେଭଙ୍କୁ ୬-୩, ୬-୨ରେ ହରାଇ ଦେଇଥିଲେ। ଏଥର ଚାମ୍ପିୟନ ଭାବେ ଅଲକାରାଜ ଓ ସ୍ବିଟେକ୍‌ ପ୍ରତ୍ୟେକ ୧.୧ ନିୟୁତ ଡଲାର ପକେଟସ୍ଥ କରିଛନ୍ତି, ଯାହା କି ୨୦୨୩ରେ ମହିଳା ଓ ପୁରୁଷ ଚାମ୍ପିୟନ ପାଇଥିବା ପୁରସ୍କାର ରାଶି ୧.୨୬ ନିୟୁତ ଡଲାରଠାରୁ କମ୍‌। ଏଥର ଚାମ୍ପିୟନ ପୁରସ୍କାର ରାଶି ୧୩% ପ୍ରତିଶତ ହ୍ରାସ କରାଯାଇ ପୂର୍ବ ରାଉଣ୍ଡ ପାଇଁ ଉଦ୍ଦିଷ୍ଟ ପୁରସ୍କାର ରାଶିକୁ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri