Posted inଖେଳ

ନମ୍ବର ୧କୁ ଫେରିଲେ ଅଲ୍‌କାରାଜ

ପ୍ୟାରିସ, ୨୪ା୫(ଏପି): ସଦ୍ୟ ପ୍ରକାଶିତ ଏଟିପି ର଼୍ୟାଙ୍କିଙ୍ଗରେ ନୋଭାକ୍‌ ଜୋକୋଭିଚ୍‌ଙ୍କୁ ହଟାଇ କାର୍ଲୋସ ଅଲ୍‌କାରାଜ ନମ୍ବର ଓ୍ବାନ ସ୍ଥାନ ଅଧିକାର କରିନେଇଛନ୍ତି। ଏଥିସହ ସେ ଫ୍ରେଞ୍ଚ ଓପନରେ ଟପ୍‌ ସିଡ୍‌ ମାନ୍ୟତା ଲାଭ କରିଛନ୍ତି। ଅନ୍ୟପକ୍ଷରେ ଇଟାଲିଆନ ଓପନ ଜିତିବା ପରେ ଡାନିଲ ମେଡଭେଡେଭ ଚଳିତବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ପୂର୍ବରୁ ଦ୍ୱିତୀୟ ସ୍ଥାନ ଅଧିକାର କରିନେଇଛନ୍ତି। ରବିବାରଠାରୁ ଆରମ୍ଭ ହେବାକୁଥିବା ଫ୍ରେଞ୍ଚ ଓପନ୍‌ରେ ସେ ପ୍ରଥମ ଥର ଟପ୍‌ ସିଡ୍‌ ହେବାର ସୁଯୋଗ ପାଇଛନ୍ତି ।
ସ୍ପେନ୍‌ର ଏହି ଉଦୀୟମାନ ଖେଳାଳି ଚଳିତ ମାସରେ ୨୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ୨୦୨୩ରେ ସେ ୪ଟି ଟାଇଟଲ ଜିତିସାରିଛନ୍ତି। ସୂଚନାଯୋଗ୍ୟ, ଗତବର୍ଷ ସେପ୍ଟେମ୍ବରରେ ୟୁଏସ୍‌ ଓପନ ଜିତିବା ପରେ ଅଲ୍‌କାରାଜ ପ୍ରଥମ ଥର ନମ୍ବର ଓ୍ବାନ ର଼୍ୟାଙ୍କିଙ୍ଗ ଖେଳାଳି ହୋଇପାରିଥିଲେ। ସେତେବେଳେ ତାଙ୍କୁ ମାତ୍ର ୧୯ ବର୍ଷ ବୟସ ହୋଇଥିଲା। ବର୍ଷ ଶେଷରେ ନମ୍ବର ଓ୍ବାନ ଖେଳାଳି ହେବାରେ ସେ ସର୍ବକନିଷ୍ଠ ହୋଇଥିଲେ। ଗୋଡ଼ରେ ଇଞ୍ଜୁରି ଯୋଗୁ ସେ ଜାନୁୟାରୀରେ ଅଷ୍ଟ୍ରେଲିଆନ ଓପନ ଖେଳିପାରି ନ ଥିଲେ, ଯେଉଁଠାରେ ଜୋକାଭିଚ୍‌ ତାଙ୍କ ୨୨ତମ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିବା ସହ ରାଫାଲ ନାଡାଲଙ୍କ ରେକର୍ଡ ସମକକ୍ଷ ହୋଇଥିଲେ। କମ୍ପ୍ୟୁଟର ଦ୍ୱାରା ର଼୍ୟାଙ୍କିଙ୍ଗ ତାଲିକା ପ୍ରସ୍ତୁତ ଆରମ୍ଭ ହେବା ପରଠାରୁ ଟେନିସ ଖେଳର ଇତିହାସରେ ପୁରୁଷ ଅବା ମହିଳା ସବୁଠାରୁ ଅଧିକ ସପ୍ତାହ ନମ୍ବର ଓ୍ବାନ ସ୍ଥାନରେ ରହିପାରିଛନ୍ତି ଜୋକୋଭିଚ। ଅନ୍ୟପକ୍ଷରେ ପ୍ୟାରିସ୍‌ରେ ଗତଥରର ଚାମ୍ପିୟନ ଇଗା ସ୍ବିଟେକ୍‌ ଡବ୍ଲ୍ୟୁଟିଏ ର଼୍ୟାଙ୍କିଙ୍ଗରେ ନମ୍ବର ଓ୍ବାନ ସ୍ଥାନ ବଜାୟ ରଖିଛନ୍ତି। ଏକ ବର୍ଷରୁ ଅଧିକ ସମୟ ଧରି ସେ ଏହି ସ୍ଥାନ ବଜାୟ ରଖିଛନ୍ତି। ମହିଳା ର଼୍ୟାଙ୍କିଙ୍ଗରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଅଷ୍ଟ୍ରେଲିଆନ ଓପନ ଚାମ୍ପିୟନ ଆରିନା ସାବାଲେଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?