Posted inଜାତୀୟ

ଦଳର ନିଆରା ନିର୍ବାଚନୀ ପ୍ରତିଶ୍ରୁତି: ଇଦ୍‌ରେ ମୁସଲମାନଙ୍କୁ ଛେଳି ଫ୍ରି, ଅଧା ଦାମ୍‌ରେ ମଦ ଓ ମହିଳାଙ୍କୁ ଦିଆଯିବ ସୁନା

ନୂଆଦିଲ୍ଲୀ,୧୭।୪: ଲୋକ ସଭା ନିର୍ବାଚନ ପାଇଁ ବିଭିନ୍ନ ଦଳର ନେତାମାନେ ଜୋରସୋରରେ ପ୍ରଚାର ଚଳାଇଛନ୍ତି। ଏଥିସହ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନେତାମାନେ ବିଭିନ୍ନ ପ୍ରତିଶ୍ରୁତି ଦେଉଥିବା ଦେଖିବାକୁ ମିଳିଛି। ଏହି କ୍ରମରେ ଉତ୍ତର-ପୂର୍ବ ଦିଲ୍ଲୀ ଆସନ ପାଇଁ ନିର୍ବାଚନ ଲଢ଼ୁଥିବା ସାନ୍‌ଝି ବିରାସତ ଦଳର ଆଶାୟୀ ପ୍ରାର୍ଥୀ ନିଜର ପ୍ରଚାର ପାଇଁ ଜନତାଙ୍କୁ ନିଆରା ପ୍ରତିଶ୍ରୁତି ଦେଇଥିବା ଦେଖିବାକୁ ମିଳିଛି। ଉକ୍ତ ଦଳର ଆଶାୟୀ ପ୍ରାର୍ଥୀ ଅମିତ ଶର୍ମା ନିର୍ବାଚନ ଜିତିଲେ ଇଦ୍‌ରେ ମୁସଲମାନମାନଙ୍କୁ ମାଗଣାରେ ଛେଳି ଦେବା ସହ ମଦର ଦାମ୍‌କୁ ଅଧା କମାଇ ଦିଆଯିବ। ଏଥିସହ ମହିଳାଙ୍କୁ ମାଗଣାରେ ସୁନା ଦିଆଯିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଅମିତ ନିଜ ପ୍ରଚାର ପୋଷ୍ଟରରେ ସେହି ପ୍ରସଙ୍ଗକୁ ସ୍ଥାନ ଦେଇଛନ୍ତି ଯେଉଁଗୁଡ଼ିକୁ ଦଳ ଭୋଟରଙ୍କୁ ଦେବାକୁ ଚାହଁୁଛି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଦଳ ଏହି ଅଫରକୁ ‘ପ୍ରତିଶ୍ରୁତି’ ବଦଳରେ ଏହାକୁ ‘ପ୍ରସଙ୍ଗ’ ବୋଲି କହିଛି। ଏହି ପ୍ରସଙ୍ଗରେ ରହିଛି ପିଏଚ୍‌ଡି ପର୍ଯ୍ୟନ୍ତ ଛାତ୍ରଙ୍କ ପାଇଁ ଫିସ୍‌ ଦେୟ ମୁକ୍ତ, ବସ୍‌ ଓ ମେଟ୍ରୋ ଟ୍ରେନରେ ଯାତାୟାତ ମାଗଣା। କେବଳ ସେତିକି ନୁହେଁ ପ୍ରାଇଭେଟ ସ୍କୁଲ ଗୁଡ଼ିକରେ ମାଗଣାରେ ପାଠପଢ଼ା, ଝିଅ ଜନ୍ମ ହେଲେ ୫୦ହଜାର ଟଙ୍କା ଓ ସେମାନଙ୍କ ବିବାହ ପାଇଁ ଅଢ଼େଇ ଲକ୍ଷ ଟଙ୍କା ଦିଆଯିବ। ଏଥିସହ ବୃଦ୍ଧ, ବିଧବା ଓ ବିକଳାଙ୍ଗଙ୍କ ପାଇଁ ୫ହଜାର ଟଙ୍କା ପେନ୍‌ସନ୍‌, ପ୍ରାଇଭେଟ ହସ୍ପିଟାଲରେ ୧୦ଲକ୍ଷ ଲୋକଙ୍କୁ ମାଗଣାରେ ଚିକିତ୍ସା ସୁବିଧା ଆଦି ପ୍ରସଙ୍ଗକୁ ଅମିତ ନିଜ ପୋଷ୍ଟରରେ ସ୍ଥାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri