ମତଦାନର ୪୮ ଘଣ୍ଟା ପୂର୍ବରୁ ମଦ ବନ୍ଦ

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ୧୬ରୁ ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଭୋଟ୍‌ ଗ୍ରହଣର ୪୮ ଘଣ୍ଟା ପୂର୍ବରୁ ମଦ ଉପରେ ନିଷେଧାଦେଶ ଜାରି କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ଏପରିକି ହୋଟେଲ, ରେଷ୍ଟୁରାଣ୍ଟ ଓ ଦୋକାନଗୁଡ଼ିକରେ ମଧ୍ୟ ସମାନ କଟକଣା ଜାରି କରାଯାଇଛି। ବନ୍ଧୁକ ଏବଂ ଅସ୍ତ୍ରଶସ୍ତ୍ର ଉପରେ ମଧ୍ୟ ନିଷେଧାଦେଶ ଜାରି କରାଯାଇଛି। ଯେଉଁଠି ଭୋଟ୍‌ଗ୍ରହଣ ହେବ ସେଠାରେ ମତଦାନର ୪୮ ଘଣ୍ଟା ପୂର୍ବରୁ ମଦ ବିକ୍ରୟ ଓ ବଣ୍ଟନକୁ ସମ୍ପୂର୍ଣ୍ଣ ଭାବେ ନିଷେଧ କରାଯାଇଛି। ଭୋଟ୍‌ ପରଦିନ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ସେହିପରି ଲାଇସେନ୍ସପ୍ରାପ୍ତ ବନ୍ଧୁକ ବା ଅନ୍ୟ ଅସ୍ତ୍ରଶସ୍ତ୍ର ସହ ବୁଥ୍‌ ନିକଟରେ ବୁଲିବାକୁ ମନା କରାଯାଇଛି। ଫେବୃୟାରୀ ୧୪ରୁ ମାର୍ଚ୍ଚ ୧ ପର୍ଯ୍ୟନ୍ତ ଅନଧିକୃତ ଲୋକେ ବୁଥ୍‌ ଆସିପାରିବେ ନାହିଁ।

ସୂଚନାଯୋଗ୍ୟ, ୫ଟି ପର୍ଯ୍ୟାୟରେ ଫେବୃୟାରୀ ୧୬,୧୮, ୨୦, ୨୨ ଓ ୨୪ରେ ଭୋଟ୍‌ ଗ୍ରହଣ କରାଯିବ। ସେହିପରି ୨୬, ୨୭ ଓ ୨୮ରେ ଭୋଟଗଣତି ସମସ୍ତ ବ୍ଲକ ମୁଖ୍ୟାଳୟରେ ଜିଲା ପରିଷଦ ଜୋନ୍‌ ଅନୁଯାୟୀ ହେବ। ଭୋଟଗଣତି ଶେଷ ପରେ ୨୮ରେ ଆଦର୍ଶ ଆଚରଣ ବିଧି ପ୍ରତ୍ୟାହୃତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?