ବଚସାରୁ ହତ୍ୟା

ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ ଅନ୍ୟ ଦୁଇ ସହଯୋଗୀ ବୀଭତ୍ସ ଭାବେ ହତ୍ୟା କରିଛନ୍ତି। ଏପରି କି ପ୍ରମାଣ ନଷ୍ଟ ପାଇଁ ଅଭିଯୁକ୍ତମାନେ ମୃତକଙ୍କ ମୁହଁ ପୋଡିଦେଇଛନ୍ତି। ହତ୍ୟାର ଶିକାର ହୋଇଥିବା ଯୁବକ ହେଲେ ବୁର୍ଲା ଥାନା ଗେଟ କଲୋନୀର ଶରତ ଜେନା (୩୫)। ମାଲିକାନା ଜାହିରକୁ ନେଇ ହତ୍ୟାକାଣ୍ଡ ଘଟିଥିବା ପୋଲିସ ସୂଚନା ଦେଇଛି। ପୋଲିସ ଘଟଣାସ୍ଥଳରୁ ରକ୍ତାଭିଜା କୁରାଢ଼ି ଜବତ ସହ ରକ୍ତ ନମୁନା ସଂଗ୍ରହ କରିଛି। ଏ ନେଇ ଥାନାରେ ଏକ ହତ୍ୟା ମାମଲା(ନଂ.୩୪୬/୨୧) ରୁଜୁ ହୋଇଛି। ଘଟଣାସ୍ଥଳରେ ବୁର୍ଲା ଥାନା ଅଧିକାରୀ କମଳଲୋଚନ ପଣ୍ଡା, ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ଘଟଣାରେ ଢ଼ାବାରେ କାର୍ଯ୍ୟରତ ବରଗଡ ଜିଲା ବରାହଗୁଡାର ମୁନା ନନ୍ଦ ଓ ସୁରୁ ବେହେରାଙ୍କୁ ପୋଲିସ ଗିରଫ କରିଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି।
ବୁର୍ଲା ଥାନାଧିକାରୀ ପଣ୍ଡା କହିଛନ୍ତି, ପଞ୍ଚମୁଖି ଢ଼ାବାରେ ମୁନା, ସୁରୁ ଓ ଶରତ କାମ କରୁଥିଲେ। ଲକଡାଉନ ଜାରି ରହିଥିବାରୁ ଢ଼ାବାରେ ଠିକ୍‌ ଭାବେ ବ୍ୟବସାୟ ହେଉ ନ ଥିଲା। ମାଲିକଙ୍କ ଦେହ ଅସୁସ୍ଥ ହେବାରୁ ସେ ମଧ୍ୟ ନିୟମିତ ଆସିପାରୁ ନ ଥିଲେ। ବୁଧବାର ରାତିରେ ୩ଜଣ ଏକାଠି ଦେଶୀ ଓ ବିଦେଶୀ ମଦ ପିଇଥିଲେ। ପରେ ସେମାନଙ୍କ ମଧ୍ୟରେ ବଚସା ହୋଇଥିଲା। ଶରତଙ୍କୁ ଅଧିକ ନିଶା ହୋଇଥିଲା। ଏହାର ସୁଯୋଗ ନେଇ ମୁନା ଓ ସୁରୁ ତାଙ୍କୁ କୁରାଢ଼ିରେ ଆକ୍ରମଣ କରିଥିଲେ। ଶରତଙ୍କ ମୁଣ୍ଡ ଫାଟି ପ୍ରଚୁର ରକ୍ତସ୍ରାବ ହୋଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri