ମଦପିଇ ଗଣ୍ଡଗୋଳ: ଯୁବକଙ୍କୁ ଇଟା ଫିଙ୍ଗି ମାରିଦେଲେ

ଝାରସୁଗୁଡା ଅଫିସ,୫।୧୧: ଝାରସୁଗୁଡା ଜିଲା ବଡମାଲ ଥାନା ଅନ୍ତର୍ଗତ କୁମ୍ଭାରୀ ଗ୍ରାମ ଯାମ୍ପ ପଡାରେ ଗତ ଗୁରୁବାର ରାତିରେ ଏକ ହତ୍ୟା କାଣ୍ଡ ଘଟିଛି। ମଦପିଇ କେତେକ ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ କେତେକ ଯୁବକ ଜଣେ ଯୁବକଙ୍କୁ ବିଅର ବୋତଲ ଓ ଇଟାରେ ମରଣାନ୍ତକ ଆକ୍ରମଣ କରିଥିଲେ । ଫଳରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା । ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ କୁମ୍ଭାରୀ ଗ୍ରାମର ଯୋତିଶ ସାହୁ(୨୭)। ଏ ନେଇ ମୃତକଙ୍କ ସ୍ତ୍ରୀ ପିଙ୍କି ସାହୁ ଶୁକ୍ରବାର ବଡମାଲ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗକୁ ଭତ୍ତିିକରି ପୋଲିସ ଏକ ହତ୍ୟା ମାମଲା ରୁଜୁ ତଦନ୍ତ ଚଳାଇଛି । ଏହି ଘଟଣାରେ ୫ଜଣ ଯୁବକଙ୍କ ସମ୍ପୃକ୍ତ ଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଥିବା ବେଳେ ଏଥି ମଧ୍ୟରୁ ୩ଜଣ ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚରା ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ପିଲାଦିନର ବନ୍ଧୁଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ବାଚସ୍ପତି: ପରିବାର ଲୋକଙ୍କୁ ଭେଟି କହିଲେ…

ନୂଆଦିଲ୍ଲୀ,୩।୭: କୋଟା-ବୁନ୍ଦିର ଏମ୍‌ପି ତଥା ଲୋକ ସଭା ବାଚସ୍ପତି ଓମ ବିର୍ଲା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେ…

ପ୍ରଧାନମନ୍ତ୍ରୀ ମୋଦି ଅମରନାଥ ଯାତ୍ରୀଙ୍କୁ ଲେଖିଲେ ଚିଠି, ୫ ପ୍ରତିଜ୍ଞା ନେବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୩।୭: ଶୁକ୍ରବାର ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ଦଳରେ ଶହ ଶହ ତୀର୍ଥଯାତ୍ରୀ ‘ବାବା ବର୍ଫାନୀ’ଙ୍କ ଆଶୀର୍ବାଦ ନେବାକୁ ବାହାରିଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ମୋଦି…

EPF ଖାତାଧାରୀଙ୍କ ପାଇଁ ବଡ଼ ଖବର! ୧୮୦୦ରୁ ଅଧିକ ଜମା ଆଉ ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ,୩।୭: ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ ନୂତନ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (EPF) ଯୋଜନା-୨୦୨୬ ଅଧୀନରେ ୧୫,୦୦୦ ମାସିକ ମଜୁରୀ ସୀମା ଅତିକ୍ରମ କରିବାକୁ ସ୍ୱେଚ୍ଛାକୃତ କରିଛି।…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ ଘାଇକୁ ଖସିଲା ବସ୍, ୪୦ମୃତ

ଇସଲାମବାଦ୍,୩ା୭: ଶୁକ୍ରବାର ସକାଳେ ପାକିସ୍ତାନର ଦକ୍ଷିଣ-ପଶ୍ଚିମ ଭାଗରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଅତି କମରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri