ଅପମିଶ୍ରିତ ମଦ ନେଲା ଜୀବନ

ବନ୍ତ,୮।୪: ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ହାସିନପୁର ଗ୍ରାମର ଅଭିମନ୍ୟୁ ରାଉତ ନାମକ ଜଣେ ବ୍ୟକ୍ତିଙ୍କ ମଦ ଜନିତ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏ ନେଇ ଗୁରବାର କେନାଲ ଛକଠାରେ ମହିଳାମାନେ ରାସ୍ତାରେ ମୃତଦେହ ରଖି ଭଦ୍ରକ-ଆନନ୍ଦପୁର ରାଜପଥ ଅବରୋଧ କରିଥିଲେ।
ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ବୁଧବାର ସନ୍ଧ୍ୟାରେ ଗ୍ରାମ ନିକଟସ୍ଥ ଏକ ମଦ ଦୋକାନ ପାର୍ଶ୍ୱରେ ଅଭିମନ୍ୟୁ ଗୁରୁତର ଅବସ୍ଥାରେ ପଡ଼ି ରହିଥିଲେ। ସ୍ଥାନୀୟ ଯୁବକଙ୍କ ସହାୟତାରେ ତାଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଗୁରବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କ ସମେତ ସ୍ଥାନୀୟ ମହିଳାମାନେ ମଦ ଦୋକାନ ଉଚ୍ଛେଦ ସହ ପରିବାର ଲୋକଙ୍କୁ କ୍ଷତିପୂରଣ ଦାବିରେ ମୃତଦେହ ରଖି ରାଜପଥ ଅବରୋଧ କରିଥିଲେ। ଖବର ପାଇ ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ହେଲେ କୌଣସି ସୁଫଳ ମିଳି ନ ଥିଲା। ଉକ୍ତ ଦୋକାନରେ ଅପମିଶ୍ରିତ ମଦ ବିକ୍ରି ଯୋଗୁ ମଦମୃତ୍ୟୁ ହୋଇଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ଆନ୍ଦୋଳନ ଯୋଗୁ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ପ୍ରକାଶ ଯେ, ଅଭିମନ୍ୟୁ ଜଣେ ଗାଡ଼ି ଚାଳକ ଥିଲେ। ତାଙ୍କ ମୃତ୍ୟୁରେ ସ୍ତ୍ରୀ ଓ ଏକମାତ୍ର ପୁଅ ବେସାହାରା ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri