ଆଲର୍ଟରେ ରାଜ୍ୟର ୧୮ ମେରାଇନ ଥାନା

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାବେଳେ ପ୍ରବାସୀଙ୍କୁ ନେଇ ଚିନ୍ତା ବଢିଛି। ରାଜ୍ୟ ସରକାର ଆନ୍ତଃ ଜିଲା ଯାତାୟାତ ଉପରେ କଟକଣା ଲଗାଇବା ପରେ ବିଭିନ୍ନ ପ୍ରବେଶ ପଥକୁ ବନ୍ଦ କରାଯାଇ କଡ଼ାକଡ଼ି ଯାଞ୍ଚ ଚାଲିଛି। ତେଣୁ ପୂର୍ବବର୍ଷ ଭଳି ପ୍ରବାସୀମାନେ ଜଳପଥରେ ଓଡ଼ିଶା ଭିତରକୁ ପଶି ଆସିବାର ସମ୍ଭାବନା ଦେଖାଦେଇଛି। ଏମାନଙ୍କ ପାଇଁ ରାଜ୍ୟର ସ୍ଥିତି ଆହୁରି ବିଗିଡିଯିବାର ଆଶଙ୍କା ଥିବାରୁ ଜଳପଥ ପାଟ୍ରୋଲିଂକୁ କଡାକଡି ପାଇଁ ନିର୍ଦ୍ଦେଶ ଦିଆଯାଇଛି। କୋଷ୍ଟଗାର୍ଡ଼ ପକ୍ଷରୁ ରାଜ୍ୟରେ ଥିବା ୧୮ ମେରାଇନ୍‌ ଥାନାକୁ ଆଲର୍ଟ କରାଯାଇଛି।
ରେଲ୍‌ୱେ ଓ କୋଷ୍ଟଗାର୍ଡ ସିକ୍ୟୁରିଟି ଅତିରିକ୍ତ ଡିଜି ପ୍ରାଣବିନ୍ଦୁ ଆଚାର୍ଯ୍ୟ କହିଛନ୍ତି, ସମସ୍ତ ତଟବର୍ତ୍ତୀ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ମାଛଧରି ଫେରୁଥିବା ବୋଟଗୁଡ଼ିକୁ କଡ଼ାକଡ଼ି ଯାଞ୍ଚ କରାଯିବ। ପ୍ରତ୍ୟେକ ଫିଶ୍‌ ଲ୍ୟାଣ୍ଡିଂ ସେଣ୍ଟରରେ ହୋମ୍‌ଗାର୍ଡ଼ ମୁତୟନ କରାଯାଇଛି। ନିୟମିତ ପାଟ୍ରୋଲିଂ ଚାଲିଥିବାବେଳେ ଏଣିକି ୧୩ଟି ଫାଷ୍ଟ ଇଣ୍ଟରସେଫ୍ଟ ବୋଟ୍‌ ମାଧ୍ୟମରେ ସମୁଦ୍ର ମଧ୍ୟରେ ପାଟ୍ରୋଲିଂ କରାଯିବ। ରାତିରେ ବାଇକ ଯୋଗେ ତଟବର୍ତ୍ତୀ ଅଞ୍ଚଳରେ ପାଟ୍ରୋଲିଂକୁ କଡ଼ାକଡି କରାଯିବ। ଏଥିରେ ସାହାଯ୍ୟ କରିବେ ସାଗର ରକ୍ଷକ ଦଳ। ତଟବର୍ତ୍ତୀ ଗ୍ରାମର ଯୁବକମାନଙ୍କୁ ନେଇ ଏହି ସାଗର ରକ୍ଷକ ଦଳ ଗଠନ କରାଯାଇଛି। ବାହାରୁ ଜଳପଥ ଦେଇ କେହି ପ୍ରବାସୀ ସେମାନଙ୍କ ଗ୍ରାମ ପାଖଦେଇ ଆସିଲେ ସେମାନେ ମେରାଇନ ଥାନାକୁ ସୂଚନା ଦେବେ। ତେବେ କୌଣସି ବୋଟ୍‌ ନିୟମ ଉଲ୍ଲଂଘନ କରି ପ୍ରବାସୀଙ୍କୁ ନେଇ ରାଜ୍ୟ ଭିତରକୁ ପ୍ରବେଶ କଲେ ତାହାକୁ ଜବତ କରାଯିବ। ଏଥିସହିତ କୌଣସି ଲୋକ ବାହାରୁ ଆସିଥିବା ନେଇ ଖବର ମିଳିଲେ ସେମାନଙ୍କୁ କ୍ୱାରାଣ୍ଟାଇନରେ ରଖାଯିବ ବୋଲି କହିଛନ୍ତି ଅତିରିକ୍ତ ଡିଜି ଆଚାର୍ଯ୍ୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?