ଆସିଲା ଆଲର୍ଟ, ସୃଷ୍ଟି ହେଲା ବଡ଼ ଘୂର୍ଣ୍ଣିବଳୟ, ଏହି ଜିଲାରେ…

ଭୁବନେଶ୍ୱର,୧୯।୧୦: ବଙ୍ଗୋପସାଗରରେ ବଢୁଛି ବାତ୍ୟା ଭୟ। ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ବାତ୍ୟା, ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବ ବୋଲି ବିଭିନ୍ନ ଅନ୍ତର୍ଜାତୀୟ ମଡେଲ ପୂର୍ବାନୁମାନ କରିଛନ୍ତି। ତେବେ ଏହାରି ଭିତରେ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆଉ ଦୁଇଦିନ ପରେ ଅର୍ଥାତ୍‌ ୨୨ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେବ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବେଗରେ ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପଗ୍ରହର ଏହି ଚିତ୍ର ବୟାନ କରୁଛି ଯେ ଉତ୍ତର ଆଣ୍ଡାମାନ ସାଗର ନିକଟରେ ହଲଚଲ ଆରମ୍ଭ ହୋଇଯାଇଛି।

୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାଶ୍ବବର୍ତ୍ତି ଜିଲା ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସମୁଦ୍ର ଉପରିଭାଗର ତାପମାତ୍ରା ୩୦ରୁ ୩୨ ଡିଗ୍ରୀ ଅଧିକ ରହିଛି। ଫଳରେ ଏଠାରେ ସମୁଦ୍ର ଉପରିସ୍ଥ ବାୟୁମଣ୍ଡଳର ତାପମାତ୍ରା ବଢ଼ିଯାଇଛି। ତାପମାତ୍ରା ବଢ଼ିବା ଫଳରେ ଏଭଳି ହଲଚଲ ଆରମ୍ଭ ହୋଇଯାଇଛି। ପ୍ରକୃତରେ ଦକ୍ଷିଣ ଚାଇନା ସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଛି । ଧିରେ ଧିରେ ଏହା ଉତ୍ତର ଆଣ୍ଡାମାନ ସାଗରରେ ପ୍ରବେଶ କରିବ ।

୨୨ ତାରିଖରେ ଲଘୁଚାପ ସୃଷ୍ଟି ହେବା ପରେ ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବ ବୋଲି ଆକଳନ କରାଯାଉଛି । ଧିରେ ଧିରେ ଏହା ବଳ ଗୋଟାଇବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୩ ତାରିଖରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ ।

ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ଭଦ୍ରକରେ ପ୍ରବଳ ବର୍ଷା ଆଶଙ୍କା କରାଯାଉଛି । ଏହାଛଡ଼ା କଟକ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, ଗଞ୍ଜାମରେ ମଧ୍ୟ ପ୍ରବଳ ବର୍ଷା ହେବ। ଯଦି ଏହି ଅବପାତ ଉତ୍ତର ପଶ୍ଚିମକୁ ଗତି କରେ, ତେବେ ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ । ୨୩ ତାରିଖରେ ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ । ୨୪ ଓ ୨୫ ତାରିଖରେ ବର୍ଷାର ପରିମାଣ ଆହୁରି ବଢ଼ିଯିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri