ୟୁପିରେ ହାଇଆଲର୍ଟ: ଭାରତ-ଇଂଲଣ୍ଡ ମ୍ୟାଚ୍‌ରେ କଡ଼ା ସୁରକ୍ଷା

ଲକ୍ଷ୍ନୌ,୨୯।୧୦: କେରଳରେ ବୋମା ବିସ୍ଫୋରଣ ପରେ ଉତ୍ତରପ୍ରଦେଶର ସ୍ବତନ୍ତ୍ର ଡିଜି ଲ ଆଣ୍ଡ୍‌ ଅର୍ଡର ପ୍ରଶାନ୍ତ କୁମାର ସମସ୍ତ ଜିଲ୍ଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ UPATSକୁ ମଧ୍ୟ ସତର୍କ କରାଇଛନ୍ତି। ଗତ କିଛି ଦିନ ମଧ୍ୟରେ ଏଟିଏସ ଦଳ ପୁନର୍ବାର ଇନପୁଟ ଯାଞ୍ଚ ଆରମ୍ଭ କରିଛନ୍ତି। ଏଥି ସହିତ ୟୁପି ପୋଲିସ ମଧ୍ୟ ସତର୍କ ମୋଡରେ ଅଛି।
ଏହା ସହିତ, ଇସ୍ରାଏଲ-ପାଲେଷ୍ଟାଇନ ଯୁଦ୍ଧ ସହ ଜଡିତ ପ୍ରତ୍ୟେକ କାର୍ଯ୍ୟକ୍ରମ ଉପରେ ନଜର ରଖିବାକୁ ସ୍ବତନ୍ତ୍ର ଡିଜି ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ଯେକୌଣସି ସ୍ଥାନରେ, ଏହି ଯୁଦ୍ଧ ସମ୍ବନ୍ଧୀୟ କାର୍ଯ୍ୟକ୍ରମ କିମ୍ବା ସମର୍ଥନ କିମ୍ବା କାହା ବିରୋଧରେ ସଂଗଠିତ କାର୍ଯ୍ୟକ୍ରମ, ସମସ୍ତଙ୍କ ଉପରେ ନଜର ରଖିବାକୁ ପୋଲିସ ପକ୍ଷରୁ କୁହାଯାଇଛି।
ଆଜି ରାଜଧାନୀ ଲକ୍ଷ୍ନୌରେ ଭାରତ ବନାମ ଇଂଲଣ୍ଡ ମ୍ୟାଚ ଅନୁଷ୍ଠିତ ହେଉଛି। କେରଳରେ ବୋମା ବିସ୍ଫୋରଣ ପରେ ଲକ୍ଷ୍ନୌରେ ସୁରକ୍ଷା ବ୍ୟବସ୍ଥା ଆହୁରି ବୃଦ୍ଧି କରାଯାଇଛି। ଲକ୍ଷ୍ନୌ ପୋଲିସ ପୂର୍ବରୁ ୬୦୦ ପୋଲିସ ଫୋର୍ସ ମୁତୟନ କରିଥିଲା, କିନ୍ତୁ କେରଳ ଘଟଣା ପରେ ସାଧା ପୋଷାକରେ ଅଲଗା ଅଧିକାରୀଙ୍କୁ ମଧ୍ୟ ନିୟୋଜିତ କରାଯାଇଛି। ଏହା ସହିତ ସିସିଟିଭି ଏବଂ ଡ୍ରୋନ କ୍ୟାମେରା ମାଧ୍ୟମରେ ନିରନ୍ତର ମନିଟରିଂ ମଧ୍ୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri