ଘନ କୁହୁଡି ନେଇ ୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୪।୨:ଘନ କୁହୁଡି ନେଇ ମଙ୍ଗଳବାର ୯ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ଏସବୁ ଜିଲା ଗୁଡ଼ିକ ମଧ୍ୟରେ କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା ରହିଛି।

ସେହିପରି ଅନୁଗୋଳ, ଢେଙ୍କାନାଳ, ଗଞ୍ଜାମକୁ ଘନ କୁହୁଡ଼ି ନେଇ ସତର୍କ ଜାରି ହୋଇଛି।
ଯାଜପୁର ଓ ନୟାଗଡ଼ ଜଲାରେ ମଧ୍ୟ କୁହୁଡ଼ି ଦେଖାଯିବ।ତେବେ ହଠାତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରିହୋଇଛି। ତାପମାତ୍ରା ବୃଦ୍ଧି ଘଟିଛି।

ଅନ୍ୟପକ୍ଷେ  ଦିଲ୍ଲୀ-ଏନସିଆର ସମେତ ସମଗ୍ର ଉତ୍ତର ଭାରତରେ ପାଗ ହଠାତ୍‌ ପରିବର୍ତ୍ତନ ହେଉଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ପଶ୍ଚିମ ଝଡ ପୁଣି ସକ୍ରିୟ ହେବ। ଫେବୃଆରୀ ୪ ଏବଂ ୫ ତାରିଖରେ ଦିଲ୍ଲୀ-ଏନସିଆର ସମେତ ଅନେକ ରାଜ୍ୟରେ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।

ପାଣିପାଗ ବିଭାଗ ଅନୁଯାୟୀ, ଆସାମ, ଅରୁଣାଚଳ ପ୍ରଦେଶ ଏବଂ ଓଡ଼ିଶା ଭଳି ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ଘୂର୍ଣ୍ଣିବାତ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ହିମାଚଳ ପ୍ରଦେଶ ଏବଂ ଜମ୍ମୁ-କଶ୍ମୀରର ଅନେକ ଅଞ୍ଚଳରେ ତୁଷାରପାତ ଯୋଗୁ ତାପମାତ୍ରା ମାଇନସରେ ଅଛି। ପାଣିପାଗ ବିଭାଗ ଅନୁଯାୟୀ, ବର୍ତ୍ତମାନ ପାଇଁ ଏହି ଅଞ୍ଚଳଗୁଡ଼ିକରେ ତୁଷାରପାତ ଜାରି ରହିବ, ଯାହାର ପ୍ରଭାବ ପଞ୍ଜାବ, ହରିୟାଣା, ଉତ୍ତର ପ୍ରଦେଶ, ବିହାର, ଦିଲ୍ଲୀ-ଏନସିଆର, ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ଦେଖାଯିବ। ପାହାଡ଼ଗୁଡ଼ିକରେ ତୁଷାରପାତ ଯୋଗୁ ଏହି ରାଜ୍ୟଗୁଡ଼ିକରେ ଥଣ୍ଡା ବଢ଼ିପାରେ। ଅନ୍ୟପଟେ କିଛି ରାଜ୍ୟରେ ହାଲୁକା କୁହୁଡ଼ି ପାଇଁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

ଏବେ ବିଶ୍ୱଯୁଦ୍ଧ ଥୟ! ଆମେରିକା ପରେ ଇରାନକୁ ଧମକ ଦେଲେ ୬ ଦେଶ, ଆଗକୁ…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ରିପୋର୍ଟ ମଧ୍ୟରେ, ସାଉଦି ଆରବ, କତାର, କୁୱେତ, ସଂଯୁକ୍ତ ଆରବ ଏମିରେଟ୍ସ, ବାହାରିନ ଏବଂ ଜୋର୍ଡାନ ମିଳିତ ଭାବରେ ଇରାନ…

ବଢ଼ିବନି ବିଧାୟକଙ୍କ ଦରମା: ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ…

ଏପ୍ରିଲ ୧ରୁ ବଢିବ ଏହି ସବୁ ଔଷଧର ମୂଲ୍ୟ: ପାରାସିଟାମଲଠାରୁ ଆଣ୍ଟିବାୟୋଟିକ ପର୍ଯ୍ୟନ୍ତ….

ନୂଆଦିଲ୍ଲୀ,୨୬।୩: ୧ ଏପ୍ରିଲ, ୨୦୨୬ ଠାରୁ, ଯନ୍ତ୍ରଣା ନିବାରକ, ଆଣ୍ଟିବାୟୋଟିକ ଏବଂ ଜ୍ୱର ହ୍ରାସକାରୀ ଔଷଧର ମୂଲ୍ୟ ବୃଦ୍ଧି ପାଇବ। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ…

ଏସଡିଓଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା: ଏତିକି ଟଙ୍କାର ରଖିଥିଲେ ମେଶିନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ…

ନୂଆ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର: ଆଉ ଖୋଲିବନି ନୂଆ ମଦ ଦୋକାନ! ବଢିଲା…

ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି…

ଇଞ୍ଜିନିୟରିଂ ଛାଡ଼ି ଷ୍ଟ୍ରବେରି ଚାଷକୁ ଆପଣାଇଛନ୍ତି ସଫଳଚାଷୀ ଭାଗୀରଥି

କାଳିଆପାଣି,୨୬ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ପିଙ୍ଗଲ ପଞ୍ଚାୟତ ଅନ୍ତର୍ଗତ ରାଇଟିକର ଗ୍ରାମର ଭାଗୀରଥି ସ୍ବାଇଁ ଇଞ୍ଜିନିୟରିଂ ବୃତ୍ତି ଛାଡ଼ି ଷ୍ଟ୍ରବେରି ଚାଷ କରି ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri