ଚେତିଲା ଏନ୍‌ଏଚ୍‌ଏଆଇ: ଦୁର୍ଘଟଣାସ୍ଥଳରେ ଲାଗିଲା ସାଇନେଜ୍‌

ଢେଙ୍କାନାଳ ଅଫିସ, ୨୪।୧: ଢେଙ୍କାନାଳ ସଦର ଥାନା ୫୫ନଂ. ଜାତୀୟ ରାଜପଥର ପଞ୍ଚୁପଟିଠାରେ ସୋମବାର ଭୋର୍‌ ସମୟରେ ଏକ ପିକ୍‌ନିକ୍‌ ବସ୍‌ ଦୁର୍ଘଟଣାଗସ୍ତ ହୋଇ ୨ ମହିଳା ଯାତ୍ରୀଙ୍କୁ ମୃତ୍ୟୁ ଘଟିଥିଲା। ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ଡାଇଭର୍ସନ କିମ୍ବା ସାଇନେଜ୍‌ ନ ଥିବାରୁ ସମ୍ବଲପୁରରୁ ପିକ୍‌ନିକ୍‌ ସାରି କେନ୍ଦ୍ରାପଡା ଅଭିମୁଖେ ଫେରୁଥିତ୍ବା ଘରୋଇ ବସ୍‌ ‘ନୀଳମାଧବ’ ନିର୍ମାଣାଧୀନ ପୋଲ ତଳକୁ ଖସିପଡ଼ିଥିଲା। ଦୁର୍ଘଟଣା ପରେ ଜିଲାପାଳଙ୍କ ନିର୍ଦ୍ଦେଶରେ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)ଙ୍କ ପକ୍ଷରୁ ମଙ୍ଗଳବାର ଦୁର୍ଘଟଣା ଘଟିଥିବା ସ୍ଥାନରେ ସାଇନେଜ୍‌ ଲଗାଯାଇଛି।
ସୂଚନାଯୋଗ୍ୟ, ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ଅହେତୁକ ବିଳମ୍ବ ହେଉଛି। ବିଭିନ୍ନ ସ୍ଥାନରେ ପୋଲଗୁଡ଼ିକ ଅଧାପନ୍ତରିଆ ଅବସ୍ଥାରେ ରହିଛି। ତେଣୁ ବାରମ୍ବାର ଏଭଳି ଦୁର୍ଘଟଣା ଘଟୁଛି। ତେଣୁ ଏନ୍‌ଏଚ୍‌ଏଆଇ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଅଞ୍ଚଳବାସୀ ଜିଲାପାଳଙ୍କୁ ଅନୁରୋଧ କରିଥିଲେ। ଏନ୍‌ଏଚ୍‌ଏଆଇ ଅଧିକାରୀଙ୍କ ସହିତ ଆଲୋଚନା କରିବା ପରେ ଜିଲାପାଳଙ୍କ ନିର୍ଦ୍ଦେଶରେ ମାଟି ଗଦାକରି ସାଇନେଜ୍‌ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri