Posted inଖେଳ

ବିଶ୍ୱକପ୍‌ ପୂର୍ବରୁ ଝଟ୍‌କା: ହଠାତ୍‌ ସନ୍ନ୍ୟାସ ନେଇ ଘୋଷଣା କଲେ ଏହି ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୫।୮: ଇଂଲଣ୍ଡର ତାରକା ବ୍ୟାଟ୍ସମ୍ୟାନ୍‌ ଆଲେକ୍ସ ହାଲ୍ସ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ସେ ଏନେଇ ଶୁକ୍ରବାର ନିଜର ଇନ୍‌ଷ୍ଟାଗ୍ରାମ ପୃଷ୍ଠାରେ ପୋଷ୍ଟ ଶେୟାର କରିଛନ୍ତି। ଗତ ବର୍ଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ସେ ଜାତୀୟ ଦଳରେ ସାମିଲ ଥିଳେ। ଉକ୍ତ ବିଶ୍ୱକପ୍‌ରେ ଇଂଲଣ୍ଡ ଫାଇନାଲ ମ୍ୟାଚ୍‌ରେ ପାକିସ୍ତାନକୁ ପରାସ୍ତ କରିଥିଲା।
୩୪ ବର୍ଷୀୟ ଆଲେକ୍ସ କହିଛନ୍ତି, ଦୟାକରି ଧ୍ୟାନ ଦିଅନ୍ତୁ। ମୁଁ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବାକୁ ନିଷ୍ପତ୍ତି ନେଇଛି।

ତିନୋଟି ଫର୍ମାଟକୁ ମିଶାଇ ୧୫୬ ଥର ନିଜ ଦେଶର ପ୍ରତିନିଧିତ୍ୱ କରିବା ସୈାଭାଗ୍ୟର ବିଷୟ ଥିଲା। ମୁଁ କିଛି ସ୍ମୃତି ଏବଂ ବନ୍ଧୁତା ସାରା ଜୀବନ ଲାଗି କରିସାରିଛି। ଏବେ ଆଗକୁ ବଢ଼ିବାର ସଠିକ ସମୟ ବୋଲି ଭାବୁଛି। ଇଂଲଣ୍ଡ ପାଇଁ ଖେଳିବା ସମୟରେ ଉତ୍ଥାନ-ପତନ ଦେଖିଛି। ଏହା ଏକ ଅବିଶ୍ୱସନୀୟ ଯାତ୍ରା ଥିଲା। ମୋର ଦଳ ପାଇଁ ଶେଷ ମ୍ୟାଚ୍‌ ବିଶ୍ୱକପ୍‌ ଫାଇନାଲ ଥିଲା। ଏହି ସମୟରେ ମୋର ବନ୍ଧୁ, ପରିବାର, ପ୍ରଶଂସକମାନେ ଭରପୂର ସମର୍ଥନ କରିଥିଲେ। ତେବେ ସେ ଘରୋଇ କ୍ରିକେଟରେ ନଟିଂହାମଶାୟର ସହ ଫ୍ରାଞ୍ଚାଇଜ କ୍ରିକେଟ ଖେଳିବା ଜାରି ରଖିବେ ବୋଲି କହିଛନ୍ତି।

ତେବେ ୨୦୨୯ରେ ଦିନିକିଆ ବିଶ୍ୱକପ୍‌ ଲାଗି ଆଲେକ୍ସଙ୍କ ନାମ ଦଳରେ ସାମିଲ ଥିଲା। ହେଲେ ସେ ମନୋରଞ୍ଜନ ଲାଗି ଡ୍ରଗ୍ସ ନେଇଥିବା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏହା ପରେ ସେ ୩ ବର୍ଷ ଯାଏ ଅନ୍ତର୍ଜାତୀୟ କ୍ରିକେଟରୁ ଦୂରରେ ରହିଥିଲେ। ହେଲେ ଗତ ବର୍ଷ ପାକିସ୍ତାନ ବିପକ୍ଷ ସିରିଜ ଜରିଆରେ ଦଳକୁ ଫେରିଥିଲେ। ଏବେ ସେ ଦିନିକିଆ ବିଶ୍ୱକପ୍‌ ୨୦୨୩ ପୂର୍ବରୁ ଅବସର ନେବାକୁ ଘୋଷଣା କରିବା ପରେ ଇଂଲଣ୍ଡକୁ ବଡ ଝଟ୍‌କା ଲାଗିଛି ବୋଲି କୁହାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri