Posted inଖେଳ

୬ ରନ୍‌ରେ ୪ ଉଇକେଟ ନେଇ ପ୍ରଥମ ମ୍ୟାଚ୍‌ରେ କମାଲ୍‌ କଲେ ଏହି ବୋଲର୍‌

ବାରବାଡୋସ୍‌,୮।୯: କାରିବିଆନ ପ୍ରିମିୟର ଲିଗ (ସିପିଏଲ୨୦୨୧)ର ୧୯ତମ ମ୍ୟାଚରେ ତ୍ରିନବାଗୋ ନାଇଟ ରାଇଡର୍ସ ଜାମାଇକା ଟାଲାୱାକୁ ୭୫ ରନ୍‌ରେ ପରାସ୍ତ କରିଛି। ପାକିସ୍ତାନରେ ଜନ୍ମିତ ଆମେରିକୀୟ ପେସର ଅଲି ଖାନ ନାଇଟ ରାଇଡର୍ସ ପକ୍ଷରୁ ଲିଗରେ ତାଙ୍କର ପ୍ରଥମ ମ୍ୟାଚ ଖେଳି ୩ ଓଭରରେ ମାତ୍ର ୬ ରନ ପାଇଁ ୪ ଉଇକେଟ ନେଇଥିଲେ। ଅଲି ୧୮ଟି ବଲ ବୋଲିଂ କରିଥିଲେ ଏବଂ ୧୨ ବଲ୍‌ ପର୍ଯ୍ୟନ୍ତ କୌଣସି ରନ ଦେଇ ନ ଥିଲେ। ୨୦ ଓଭରରେ ୪ ଉଇକେଟ ହରାଇ ନାଇଟ ରାଇଡର୍ସ ୧୬୭ ରନ ସଂଗ୍ରହ କରିଥିଲା। କ୍ୟାପଟେନ କିରନ ପୋଲାର୍ଡ ୩୯ ରେ ଅପରାଜିତ ରହିଥିଲେ। ସେ ୧୮ ବଲରେ ଗୋଟିଏ ଚୌକା ଏବଂ ୪ ଛକା ମାରିଥିଲେ। ୧୬୮ ରନ୍‌ର ଟାର୍ଗେଟକୁ ପଛରେ ପକାଇ ଜାମାଇକା ଦଳର ଉଇକେଟ ନିୟମିତ ବ୍ୟବଧାନରେ ଖସି ଥିଲା ଏବଂ ୧୮.୨ ଓଭରରେ। ଦଳ ମାତ୍ର ୯୨ ରନରେ ଅଲଆଉଟ୍‌ ହୋଇଥିଲେ। ଅଲି ଖାନ ସର୍ବାଧିକ ୪ ଉଇକେଟ ନେଇଥିଲେ ଯିଏ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି ଘଡ଼ଘଡ଼ିରେ ଭାଙ୍ଗିଲା ମନ୍ଦିର ଦଧିନଉତି, ଲୋକେ କହିଲେ…

ଖଣ୍ଡପଡ଼ା,୧୫।୭(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା, ପବନରେ ଏକ ଅଘଟଣ ସାମ୍ନାକୁ ଆସିଛି। ଘଡ଼ଘଡ଼ି, ବର୍ଷା, ପବନରେ…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ…

ଏହି ଆପରେ ମିଳିବ ଗ୍ୟାସ୍ ସିଲିଣ୍ଡର, ଅର୍ଡର କଲେ ମାତ୍ର ୧୦ ମିନିଟରେ ପହଞ୍ଚିବ ଘରେ

ବେଙ୍ଗାଲୁରୁ,୧୫।୭: ଏଣିକି ଗ୍ରାହକଙ୍କ କିଛି ମାତ୍ରାରେ ଗ୍ୟାସ ସିଲିଣ୍ଡର ଚିନ୍ତା କମିବ । ଅନଲାଇନରେ ଅର୍ଡର କଲେ କିଛି ମିନିଟରେ ଘରେ ପହଞ୍ଚିବ LPG ସିଲିଣ୍ଡର ।…

ସତର୍କ ସଂକେତ ଉପରେ ଜଳକା ଜଳସ୍ତର, ଭୟଭୀତ ଅବସ୍ଥାରେ ତଳିଆ ଅଞ୍ଚଳବାସୀ

ବାଲେଶ୍ୱର,୧୫।୭( ବାଞ୍ଛାନିଧି ଦେ): ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜଳକା ନଦୀରେ ବନ୍ୟା ଦେଖା ଦେଇଛି । ବାଲେଶ୍ଵର ଜିଲା ବସ୍ତା ବ୍ଲକର…

ରାଜଧାନୀର ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ, ୧୦୦ରୁ ଅଧିକ ଲୋକ…

ନୂଆଦିଲ୍ଲୀ,୧୫।୭: ନୋଏଡାର ସେକ୍ଟର ୬୬ରେ ଏକ କୋଠାର ବେସମେଣ୍ଟରେ ପାର୍କିଂ ହୋଇଥିବା ଏକ ଇଲେକ୍ଟ୍ରିକ୍ ବାଇକ୍ ଜଳିବା ପରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡରେ ବର୍ତ୍ତମାନ…

ଖ୍ରୀଷ୍ଟିଆନ ପରିବାରକୁ ଜୀବନ୍ତ ଜାଳିଦେଇଥିବା ଦାରା ସିଂ କିଏ? ୨୬ ବର୍ଷ ଜେଲଦଣ୍ଡ ପରେ ଏବେ ଚର୍ଚ୍ଚାରେ, ବଜରଙ୍ଗ ଦଳ ସହ…

କେନ୍ଦୁଝର/ନୂଆଦିଲ୍ଲୀ,୧୫।୭: ଓଡ଼ିଶାର କେନ୍ଦୁଝର ଜିଲା ଜେଲ୍‌ରେ ବନ୍ଦୀ ଥିବା ରବୀନ୍ଦ୍ର ପାଲ ସିଂ ଓରଫ ଦାରା ସିଂ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିଗତ ୨୬ ବର୍ଷ…

ଗୁରୁଣ୍ଡିଆରେ ବାଘ ଆତଙ୍କ: ପାଦ ଚିହ୍ନ ଦେଖିବା ପରେ ଲୋକଙ୍କ ମନରେ କୋକୁଆ ଭୟ

ସୁନ୍ଦରଗଡ,୧୫।୭ (ଦିଲ୍ଲୀପ କୁମାର ଭାରତୀ): ସୁନ୍ଦରଗଡ ଜିଲା ବଣେଇ ବନଖଣ୍ଡ ଅନ୍ତର୍ଗତ ତାମଡା ରେଞ୍ଜ ଅଧୀନସ୍ଥ ଗୁରୁଣ୍ଡିଆ ଠାରେ ବାଘ ଆତଙ୍କ । ଘଟଣାରୁ ପ୍ରକାଶ ଯେ,ଗୁରୁଣ୍ଡିଆ…

୩ ରଥକୁ ଆଜ୍ଞାମାଳ ବିଜେ

ପୁରୀ,୧୫ା୭: ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ବୁଧବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ପାଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri