ଶାହାରୁଖଙ୍କ ସହ କାମ କରିବାକୁ ଚାହୁଁନାହାନ୍ତି ଏହି ପାକିସ୍ତାନୀ ଅଭିନେତା

ବମ୍ବେ: ବଲିଉଡ ସୁପରଷ୍ଟାର ଶାହାରୁଖ ଖାଁଙ୍କ ସହ କାମ କରିବାକୁ କଳାକାରମାନେ ଚାହିଁ ରହିଛନ୍ତି। ହେଲେ ଜଣେ ପାକିସ୍ତାନୀ ଅଭିନେତା ଏବେ ତାଙ୍କ ସହ କାମ କରିବାକୁ ଚାହୁଁ ନ ଥିବା କହି ଚର୍ଚ୍ଚାରେ ଅଛନ୍ତି। ସେ ହେଲେ ଅଭିନେତା ତଥା ଗାୟକ ଅଲି ଜାଫର। କାରଣ ଉଭୟ ଦେଶର ରାଜନୈତିକ ସମୀକରଣ ଦେଖିଲେ ତାଙ୍କ ସହ କାମ କରିବା ଠିକ୍‌ ହେବ ନାହିଁ ବୋଲି କହିଛନ୍ତି ସେ। ମାତ୍ର ଶେହନାଜ ଗିଲଙ୍କ ସହ କାମ କରିବାକୁ ସେ ଚାହିଁ ବସିଥିବା କହିଛନ୍ତି। ଯଦି ସେ ଅନୁମତି ଦିଅନ୍ତି ତେବେ ସେ ଏକ ଗୀତରେ ତାଙ୍କ ସହ କାମ କରିବାକୁ ଚାହିଁବେ ବୋଲି ସେ ମଧ୍ୟ କହିଛନ୍ତି।

୨୦୧୦ରେ ବଲିଉଡରେ ଅଲି ନିଜର କ୍ୟାରିୟର ଆରମ୍ଭ କରିଥିଳେ। ତାଙ୍କର ପ୍ରଥମ ବଲିଉଡ ଫିଲ୍ମ ଥିଲା ‘ତେରେ ବିନ୍‌ ଲାଡେନ୍‌’। ଏହାପରେ ସେ ମୋଟ ୯ ବଲିଉଡ୍‌ ଫିଲ୍ମରେ କାମ କରିଛନ୍ତି। ଶେଷ ଥର ପାଇଁ ‘ଡିଅର ଜିନ୍ଦେଗୀ’ରେ ନଜର ଆସିଥିଲେ। ୨୦୧୬ ଉରି ଆକ୍ରମଣ ଘଟଣା ପରେ ମହାରାଷ୍ଟ୍ର ନବନିର୍ମାଣ ସେନା ବଲିଉଡ୍‌ରେ ପାକିସ୍ତାନୀ କଳାକାର କାମ କରିବା ଉପରେ ପ୍ରତିବନ୍ଧକ ଲଗାଇଦେଇଥିଲେ। ୨୦୧୯ରେ ପୁଲଓ୍ବାମା ଆକ୍ରମଣ ପରେ ପାକ୍‌ କଳାକାରଙ୍କ ଉପରେ ସମ୍ପୂର୍ଣ୍ଣ ଭାବେ ପ୍ରତିବନ୍ଧକ ଲଗାଯାଇଥିଲା। ସେବେଠାରୁ ଅଭିନେତା ଆଉ କୌଣସି ଫିଲ୍ମରେ ନଜର ଆସି ନାହାନ୍ତି। ହେଲେ ନିଜର ଅଭିନୟ ସାଙ୍ଗକୁ ଗୀତ ଗାଇବାର ଶୈଳୀରେ ସେ ଭାରତୀୟ ପ୍ରଶଂସକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ବଜାୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ବର୍ଷା ବିଗାଡ଼ି ପାରେ ମ୍ୟାଚ୍‌

ଗୌହାଟି,୩୦।୩: ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ସୋମବାର IPL 2026ରେ ସେମାନଙ୍କ ଅଭିଯାନ ଆରମ୍ଭ କରିବେ। ଏହି ମୁକାବିଲା ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ…

ଯୁଦ୍ଧ ଭିତରେ ବମ୍ଫର ରୋଜଗାର କଲା ଇରାନ, ତେଲ ବିକ୍ରି କରି ହେଲା ମାଲାମାଲ, ଜାଣିଲେ ଟ୍ରମ୍ପଙ୍କ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୩୦।୩: ଇରାନ ସହିତ ଯୁଦ୍ଧ ଏବେ ଏକ ବିଶ୍ୱ ସଙ୍କଟରେ ପରିଣତ ହୋଇଛି। ତେଲ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାବେଳେ ସ୍ଥଳ ଏବଂ ଆକାଶ ଆକ୍ରମଣ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ବଢ଼ୁଛି ନର୍ଲା ବିଧାୟିକା ସ୍ବାମୀଙ୍କ ଅଡ଼ୁଆ: ଏପଟେ ମନୋରମାଙ୍କୁ ଡାକି ନବୀନ କହିଲେ…

ଭୁବନେଶ୍ୱର, କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ। ନର୍ଲା…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri