ରୋମାଣ୍ଟିକ୍‌ ଲୁକ୍‌ରେ ଆଲିଆ-ରଣବୀର

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ଅଭିନେତା ରଣବୀର କପୁରଙ୍କ ଆଗାମୀ ଫିଲ୍ମ ‘ବ୍ରହ୍ମାସ୍ତ୍ର’କୁ ଦର୍ଶକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ରଣବୀର-ଆଲିଆଙ୍କ ବିବାହ ସମୟରେ ‘କେସରିୟା’ ଫିଲ୍ମର ଏକ ଗୀତର ଟିଜର ରିଲିଜ ହୋଇଥିଲା। ଯାହା ଦର୍ଶକଙ୍କ ଦ୍ୱାରା ବେଶ୍‌ ଆଦୃତ ହୋଇଥିଲା। ବର୍ତ୍ତମାନ ଏହି ଗୀତର ତେଲୁଗୁ ଭର୍ସନର ଟିଜର ‘କମ୍‌କୁମ୍‌ଲା’ ରିଲିଜ ହୋଇଛି।

ଆୟାନ ମୁଖାର୍ଜୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ପାନ ଇଣ୍ଡିଆରେ ରିଲିଜ ହେବ। ଆଲିଆ ଇନ୍‌ଷ୍ଟାଗ୍ରାମରେ ‘ବ୍ରହ୍ମାସ୍ତ୍ର’ ଗୀତର ତେଲୁଗୁ ଭର୍ସନର ଟିଜର ଶେୟାର କରିଛନ୍ତି। ‘କେସରିୟା’ ‘କୁମ୍‌କୁମ୍‌ଲା’ର ତେଲୁଗୁ ଭର୍ସନ। ଏହି ଗୀତଟିକୁ ସିଦ୍ଧ ଶ୍ରୀରାମ ଗାଇଛନ୍ତି ଏବଂ ପ୍ରୀତମଙ୍କ ଦ୍ୱାରା ରଚନା କରାଯାଇଛି।

ଆଲିଆ ରୋମାନ୍ସରେ ପରିପୂର୍ଣ୍ଣ ଏହି ଟିଜରକୁ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏଥିରେ ସେ କ୍ୟାପଶନ ଲେଖିଛନ୍ତି, ‘କେସରିୟା’ କୁମ୍‌କୁମ୍‌ଲା’ ହୋଇଗଲା। ତେଲୁଗୁରେ ଟିଜର ଉପଭୋଗ କରନ୍ତୁ ଯାହାକୁ ଆପଣ ପସନ୍ଦ କରନ୍ତି। 9 ସେପ୍ଟେମ୍ବରରେ ହଲ୍‌ରେ ‘ବ୍ରହ୍ମାସ୍ତ୍ର ଭାଗ -୧’ ଆସୁଛି।

ଆୟାନ ମୁଖାର୍ଜୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ତିନୋଟି ପାର୍ଟ ରହିବ। ପ୍ରଥମ ପାର୍ଟ ସେପ୍ଟେମ୍ବର ୯ରେ ମୁକ୍ତିଲାଭ କରିବ, ଅବଶିଷ୍ଟ ଏହା ପରେ ଆସିବ। ଏହି ଫିଲ୍ମର ଶୁଣିଂ ରଣବୀର ଏବଂ ଆଲିଆଙ୍କ ବିବାହ ପୂର୍ବରୁ ଶେଷ ହୋଇଥିଲା। ବିବାହ ସମୟରେ ଆୟନ ଏହି ଫିଲ୍ମରୁ ‘କେସରିୟା’ ଗୀତ ରିଲିଜ କରି ଉଭୟଙ୍କୁ ବିବାହ ଉପହାର ଦେଇଥିଲେ। ରଣବୀର-ଆଲିଆଙ୍କ ବ୍ୟତୀତ ଅମିତାଭ ବଚ୍ଚନ, ଡିମ୍ପଲ କାପାଡିଆ, ମୌନୀ ରାୟ ଏବଂ ନାଗାର୍ଜୁନଙ୍କ ପରି ଭେଟେରାନ ଅଭିନେତାମାନେ ମଧ୍ୟ ଏହି ଫିଲ୍ମରେ ନଜର ଆସିବେ।

ରଣବୀର-ଆଲିଆ ବିବାହ ପରେ ପ୍ରଥମ ଥର ପାଇଁ ପରଦାରେ ଏକାଠି ନଜର ଆସିବେ। ଉଭୟଙ୍କ ବିବାହ ୧୪ ଏପ୍ରିଲରେ ସମ୍ପନ୍ନ ହୋଇଥିଲା। ଫିଲ୍ମ ‘ବ୍ରହ୍ମାସ୍ତ୍ର’ରେ ପ୍ରଥମ ଥର ପାଇଁ ସ୍କ୍ରିନ୍‌ରେ ରୋମାନ୍ସ କରୁଥିବା ଉଭୟ ଷ୍ଟାରଙ୍କୁ ଦେଖିବାକୁ ମିଳିବ। କରଣ ଜୋହର ଏହି ଫିଲ୍ମର ନିର୍ମାତା ହୋଇଥିବାବେଳେ ଏହି ଫିଲ୍ମଟି ଆୟାନ ମୁଖାର୍ଜୀଙ୍କ ଦ୍ୱାରା ଲିଖିତ ଏବଂ ନିର୍ଦ୍ଦେଶିତ। ଉଭୟ ଆଲିଆ ଏବଂ କରଣ ଇନ୍‌ଷ୍ଟାଗ୍ରାମରେ ଫିଲ୍ମର ଫଟୋଗୁଡ଼ିକୁ ଶେୟାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?