ଆଲିଆ ଖାଇଲେ ସାଦ

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁରଙ୍କ ଘରକୁ ଖୁବ୍‌ଶୀଘ୍ର ନୂଆ ଅତିଥି ଆସିବେ। ଆଜିକାଲି ଆଲିଆ ଗର୍ଭଧାରଣ ସମୟକୁ ବେଶ୍‌ ଉପଭୋଗ କରୁଛନ୍ତି। ଉଭୟ ଦମ୍ପତି ଆଗାମୀ ସନ୍ତାନକୁ ନେଇ ବହୁତ ଉତ୍ସାହିତ ଦେଖାଯାଉଛନ୍ତି। ଆଜି ଅର୍ଥାତ୍‌ ବୁଧବାର ଆଲିଆଙ୍କ ସାଦଖିଆ ସମାରୋହ ଆୟୋଜନ କରାଯାଇଛି। ଏହି ବିଶେଷ ଅବସରରେ ରଣବୀରଙ୍କ ମା’ ନୀତୁ କପୁର ଏବଂ ଆଲିଆଙ୍କ ଭଉଣୀ ଶାହିନ ଭଟ୍ଟ ତାଙ୍କ ଘରେ ପହଞ୍ଚିଛନ୍ତି। ଏହି ସମୟର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

jagran

ଏହି ସମାରୋହ ତାଙ୍କ ମୁମ୍ବାଇସ୍ଥିତ ଘର ବାସ୍ତୁରେ ଅନୁଷ୍ଠିତ ହେଉଛି। ଭଟ୍ଟ ଏବଂ କପୁର ପରିବାର ବ୍ୟତୀତ ଭଭୟ କଳାକାରଙ୍କ ଘନିଷ୍ଠ ବନ୍ଧୁମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ରଣବୀରଙ୍କ ମା’, ଭଉଣୀ ରିଦ୍ଧିମା,ଜେଜେମା ନୀଲା ଦେବୀ ବି ତାଙ୍କ ଘରେ ପହଞ୍ଚିଛନ୍ତି। ଆଲିଆ ଏବଂ ରଣବୀର ଏପ୍ରିଲରେ ଏହି ଘରେ ହିଁ ବିବାହ କରିଥିଲେ।

ଏଥିସହିତ ଏହି ସ୍ପେଶାଲ କାର୍ଯ୍ୟକ୍ରମରେ କରୀନା କପୁର ଖାନ, କରିସ୍ମା କପୁର, ଆକାଂକ୍ଷା ରଂଜନ ସିଂ, ନଭ୍ୟା ନନ୍ଦ, ଶ୍ୱେତା ବଚ୍ଚନ, ଆରତି ଶେଟ୍ଟୀଙ୍କ ସମେତ ପିଲାଦିନର ବନ୍ଧୁମାନେ ବି ସାମିଲ ଅଛନ୍ତି।

Photo Credit : Alia Bhatt Instagram Photos Screenshot

ଏ ତ ଗଲା ଆଲିଆଙ୍କ ବ୍ୟକ୍ତିଗତ ଜୀବନ କଥା। ଯଦି ତାଙ୍କ ଓ୍ବାର୍କଫ୍ରଣ୍ଟ କଥା କହିବା ତେବେ ରଣବୀର ଏବଂ ଆଲିଆଙ୍କ ପାଇଁ ଏହି ବର୍ଷ ଅତ୍ୟନ୍ତ ସ୍ବତନ୍ତ୍ର ହୋଇଛି। ଗୋଟିଏ ପଟେ ତାଙ୍କ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ବକ୍ସ ଅଫିସ୍‌ରେ ସୁପରହିଟ୍‌ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପୂର୍ବରୁ ଏମିତି କହିଲେ ସୌମେନ୍ଦ୍ର ପ୍ରିୟଦର୍ଶୀ: ୬୫ ସ୍ଥାନରେ…

ପୁରୀ, ୧୪।୭: ପବିତ୍ର ରଥଯାତ୍ରା ଅବସରରେ ପୁରୀକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କୁ ଟ୍ରାଫିକ୍‌ ନିର୍ଦ୍ଦେଶାବଳୀ ଭଲଭାବେ ଅନୁଧ୍ୟାନ କରିବାକୁ ରଥଯାତ୍ରା ପରିଚାଳନା ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ପରାମର୍ଶ ଦେଇଛନ୍ତି।…

ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ମଧ୍ୟରେ ଭୀଷଣ ଧକ୍କା: ଚୂରମାର ହେଲା…

ତେହରାନ,୧୪।୭: ହର୍ମୁଜ୍ ପ୍ରଣାଳୀରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ହୋଇଛି । ​​ଏକ ବଲ୍କ କ୍ୟାରିଅର୍ ଅନ୍ୟ ଏକ ଜାହାଜ ସହିତ ଧକ୍କା ହୋଇଛି । ଧକ୍କା…

ଏହି ଛାତ୍ରୀଛାତ୍ରଙ୍କୁ ମିଳିବ କେଜିରୁ ପିଜି ମାଗଣା ଶିକ୍ଷା; ଜାରି ହେଲା ଯୋଗ୍ୟତା ସର୍ତ୍ତ

ଭୁବନେଶ୍ୱର,୧୪।୭: କେଜିରୁ ପିଜି ମାଗଣା ପାଠପଢ଼ା ପ୍ରସଙ୍ଗ ଉପରେ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଯୋଗ୍ୟତା ସର୍ତ୍ତ ଜାରି କରାଯାଇଛି। ସୂଚନାନୁସାରେ ଶ୍ରେଣୀଗୃହରେ ୭୫% ଉପସ୍ଥାନ ବାଧ୍ୟତାମୂଳକ ରହିଛି।…

ରାଜଧାନୀରେ ମାତିଲେଣି ଲୁଟେରା, ଘରେ ପଶି ନେଇଗଲେ ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର

ଭୁବନେଶ୍ୱର,୧୪।୭: ରାଜଧାନୀ ଉପପଣ୍ଠରେ ମାତିଛନ୍ତି ଲୁଟେରା। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଜାମୁକୋଳି ଗାଁରେ ଏକ ବଡ଼ ଧରଣର ଲୁଟ ହୋଇଛି। କେତେଜଣ ଦୁର୍ବୃତ୍ତ ଜାମୁକୋଳି ଗାଁର ଏକ…

ମହିଳା ଶ୍ରମିକଙ୍କ ମୁଣ୍ଡ ଉପରେ ଚଢିଗଲା ଟ୍ରକ୍‌: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଉରକେଲା,୧୪।୭(ସଙ୍ଗୀତା ଜେନା) ବେଦବ୍ୟାସ ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଯାଇଛି। ସ’ମିଲ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ଚଢ଼ିଯିବାରୁ ଜଣେ ମହିଳା ଶ୍ରମିକଙ୍କ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ୍‌, ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ରାଉରକେଲା,୧୪।୭: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ଥାନା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା ଟ୍ରକ ବାଇକ୍‌କୁ ଧକ୍କା ଦେଇ ଉପରେ ଚଢ଼ିଯାଇଥିଲା।…

ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍‌, ଆଉ ତା’ପରେ ଯାହା ଘଟିଲା…

ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri