ଡିସଚାର୍ଜ ହେଲେ ଆଲିଆ

ଅଭିନେତ୍ରୀ ଆଲିଆ ଭଟ୍ଟ ନିକଟରେ କନ୍ୟା ସନ୍ତାନର ମା’ ହୋଇଛନ୍ତି। ଝିଅ ଜନ୍ମର ୫ ଦିନ ପରେ ଆଲିଆ ଆଜି ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଡିସଚାର୍ଜବେଳେ ସ୍ବାମୀ ରଣବୀର କପୁର ତାଙ୍କ ସହ ଥିଲେ। କପୁର ଏବଂ ଭଟ୍ଟ ପରିବାର ଏକତ୍ର ଛୋଟ ରାଜକୁମାରୀଙ୍କୁ ସ୍ବାଗତ କରିଛନ୍ତି। ଝିଅ ଜନ୍ମପରେ ପିତା ରଣବୀର କପୁର ମଧ୍ୟ ବେଶ୍‌ ଖୁସି ଅଛନ୍ତି। ଆଲିଆ ଗର୍ଭବତୀ ଥିବାବେଳେ ରଣବୀର ଝିଅ ଚାହୁଁଥିବା ଖୋଲାଖୋଲି ଭାବେ ସ୍ବୀକାର କରିଥିଲେ। ଏବେ ତାଙ୍କର ଇଚ୍ଛା ମଧ୍ୟ ପୂରଣ ହୋଇଛି। କିନ୍ତୁ ପିତା ରଣବୀର ପ୍ରଥମ ଥର ପାଇଁ ତାଙ୍କ ରାଜକୁମାରୀଙ୍କୁ ନିଜ କୋଳରେ ଧରିବା ମାତ୍ରେ ଖୁସିରେ କାନ୍ଦିଥିଲେ। ତାଙ୍କ ଆଖିରୁ ଲୁହ ଥମି ନ ଥିଲା। ରଣବୀର କାନ୍ଦୁଥିବା ଦେଖି ସମସ୍ତେ ଆଖିରେ ଲୁହ ଆସିଗଲେ।
ଗତ ନଭେମ୍ବର ୬ରେ ଆଲିଆ ରିଲାଏନ୍ସ ଫାଉଣ୍ଡେସନ ହସ୍ପିଟାଲରେ ଝିଅ ଜନ୍ମ ଦେଇଥିଲେ। ରଣବୀର ଆଲିଆ ତାଙ୍କ ଇନଷ୍ଟାଗ୍ରାମରେ ତାଙ୍କ ରାଜକୁମାରୀଙ୍କ ଆଗମନ ବିଷୟରେ ଘୋଷଣା କରିଥିଲେ।
ରଣବୀର ଏବଂ ଆଲିଆ ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ସେଟରେ ପରସ୍ପର ପ୍ରେମରେ ପଡିଥିଲେ। ଦୁହେଁ ବିବାହ ପୂର୍ବରୁ ତିନି ବର୍ଷ ପାଇଁ ଡେଟ କରିଥିଲେ। ଉଭୟ ଚଳିତ ବର୍ଷ ଏପ୍ରିଲରେ ବିବାହ କରିଥିଲେ।
ଆଲିଆଙ୍କ ପାଖରେ କରଣ ଜୋହରଙ୍କ ନିର୍ଦ୍ଦେଶିତ ଏକ ଫିଲ୍ମ ‘ରକି ଔର ରାନୀ କି ପ୍ରେମ କାହାଣୀ’ ଅଛି। ଏହାସହ ସେ ହଲିଉଡ ଫିଲ୍ମ ‘ହାର୍ଟ ଅଫ ଷ୍ଟୋନ’ରେ ମଧ୍ୟ ଡେବ୍ୟୁ କରିବାକୁ ଯାଉଛନ୍ତି।୍‌


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri