ଲିପ୍‌ଷ୍ଟିକ୍‌ କି ଚପଲ ନୁହେଁ, ଯେଉଁ ସହରକୁ ଯାଆନ୍ତି ଏହି ଜିନିଷ କିଣିବାକୁ ଭଲ ପାଆନ୍ତି ଆଲିଆ ଭଟ୍ଟ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ଅଭିନେତା ବରୁଣ ଧାୱନ ପରସ୍ପରର ଭଲ ବନ୍ଧୁ। ଉଭୟ ଅନେକ ହିଟ ଫିଲ୍ମରେ ଏକାଠି କାମ କରିଛନ୍ତି। ବରୁଣ ଏବଂ ଆଲିଆ ବଦ୍ରିନାଥ କି ଦୁଲହନିଆ, ହମ୍ପ୍ଟି ଶର୍ମା କି ଦୁଲହନିଆ, କଳଙ୍କ ଭଳି ଚଳଚ୍ଚିତ୍ରରେ ଏକାଠି କାମ କରିଛନ୍ତି। ଉଭୟ କରଣ ଜୋହରଙ୍କ ଫିଲ୍ମ ଷ୍ଟୁଡେଣ୍ଟ ଅଫ ଦି ଇୟରରୁ କ୍ୟାରିୟର ଆରମ୍ଭ କରିଥିଲେ। ଏକ ସାକ୍ଷାତକାରରେ ବରୁଣ ଆଲିଆ ଭଟ୍ଟଙ୍କ ବିଷୟରେ ଅନେକ ଖୁଲାସା କରିଥିଲେ। ଭଲ ବନ୍ଧୁ ହୋଇଥିବାରୁ ବରୁଣ ଏବଂ ଆଲିଆ ପରସ୍ପରର ଅନେକ ରହସ୍ୟ ଜାଣନ୍ତି। ବିଭିନ୍ନ ସହରକୁ ଯାଇ ଆଲିଆ ଗୋଟିଏ ଜିନିଷ ସଂଗ୍ରହ କରିବାର ଅଭ୍ୟାସ ଅଛି। ତାହା ହେଉଛି ଚା’ ପତି। ଦୁନିଆର ବିଭିନ୍ନ ପ୍ରାନ୍ତରୁ ଚା’ ସଂଗ୍ରହ କରିବାର ଆଲିଆ ଭଟ୍ଟଙ୍କର ଏକ ଅଜବ ଅଭ୍ୟାସ ଅଛି। ସାକ୍ଷାତକାରରେ ବରୁଣଙ୍କୁ ପଚରା ଯାଇଥିଲା, ଜୋତା, ଲିପଷ୍ଟିକ ଏବଂ ବ୍ୟାଗ ବ୍ୟତୀତ ଆଲିଆ ବିଭିନ୍ନ ସ୍ଥାନରୁ ଆଉ କ’ଣ କିଣିବାକୁ ପସନ୍ଦ କରନ୍ତି? ବରୁଣ ଉତ୍ତରରେ କହିଥିଲେ, ଚା’। କେବଳ ଗ୍ରୀନ ଟି ନୁହେଁ, ସମସ୍ତ ପ୍ରକାରର ଚା’ପତି ସେ କିଣିବାକୁ ସେ ଭଲ ପାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri