ମା’ ହେବା ପରେ ଏମିତି କହିଲେ ଆଲିଆ

ନିକଟରେ ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ମା’ ହୋଇଛନ୍ତି। ନିଜ କ୍ୟାରିୟରର ଶିଖରରେ ଥିବାବେଳେ ହଠାତ୍‌ ମା’ ହେବାକୁ ନିଷ୍ପତ୍ତି ନେଇ ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲେ। କିନ୍ତୁ ଝିଅ ରାହାଙ୍କୁ ଜନ୍ମ ଦେଇ ସେ ଆଦୌ ଦୁଃଖିତ ନ ଥିବା କହିଛନ୍ତି।
ନିକଟରେ ଏକ ସାକ୍ଷାତକାରରେ ଆଲିଆ ବ୍ୟକ୍ତିଗତ ଜୀବନ ଏବଂ ନିଷ୍ପତ୍ତି ବିଷୟରେ ଅନେକ ଖୁଲାସା କରିଥିଲେ। କାର୍ଯ୍ୟ ଏବଂ ବ୍ୟକ୍ତିଗତ ବିଷୟ ଉପରେ ନିଷ୍ପତ୍ତି ନେବା ପୂର୍ବରୁ କେବଳ ତାଙ୍କ ହୃଦୟ କଥା ଶୁଣନ୍ତି ଆଲିଆ। କ୍ୟାରିୟରର ଶିଖରରେ ବିବାହ କରିବା ଏବଂ ସନ୍ତାନ ଜନ୍ମ ଦେବା ନିଷ୍ପତ୍ତି ସମ୍ପୂର୍ଣ୍ଣ ନିଜସ୍ବ ଥିଲା। ଏହା ମୋ କାମରେ ପରିବର୍ତ୍ତନ ଆଣିବ, ସେଥିପ୍ରତି ମୁଁ ଆଦୌ ଧ୍ୟାନ ଦେଇନାହିଁ। ମୁଁ କେବଳ ଜାଣିଥିଲି ଜୀବନରେ ସନ୍ତାନ ପ୍ରାପ୍ତି ନିଷ୍ପତ୍ତିରେ କଦାପି ଦୁଃଖିତ ହେବି ନାହିଁ। ଏହା ସ୍ବାଭାବିକ ଥିଲା। ଏହା ମୋର ସର୍ବଶ୍ରେଷ୍ଠ ନିଷ୍ପତ୍ତି। ତେଣୁ ମୁଁ ଏଥିରେ ବହୁତ ଖୁସି। ମୁଁ ମୋ କାମକୁ ବହୁତ ଗୁରୁତ୍ୱ ଦେଇଥାଏ, କିନ୍ତୁ ଏହା ବ୍ୟତୀତ , ମୁଁ ମୋ ଜୀବନକୁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ମନେ କରେ ଏବଂ ମୁଁ ଦୁଇଟା ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଚାହେଁ। ହୃଦୟକୁ ଯାହା ଆସୁଛି ତାହା କରନ୍ତୁ ବୋଲି କୁହନ୍ତି ଆଲିଆ।
ଆଲିଆ ଭଟ୍ଟ ଅଭିନେତା ରଣବୀର କପୁରଙ୍କୁ ଡେଟ କରିବା ପରେ ୧୪ ଏପ୍ରିଲ ୨୦୨୨ରେ ବିବାହ କରିଥିଲେ। ବିବାହର ୭ ମାସ ପରେ ଆଳିଆ ମା’ ହେବାର ସୌଭାଗ୍ୟଲାଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ବିଧାୟିକା, ଅଧ୍ୟକ୍ଷଙ୍କ ପୁତ୍ତଳିକା ପୋଡ଼ି ବିକ୍ଷୋଭ: ଭାଜପା କହିଲା ଗୁଣ୍ଡାରାଜ କଥା ଆସିଲାବେଳକୁ ବିଜେଡି…

କେସିଙ୍ଗା,୩୧।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀର ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ମୁନା ମହାନ୍ତି ତହସିଲଦାରଙ୍କୁ ଧମକ ଦେବା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri