ଭିନ୍ନ ଅନ୍ଦାଜରେ ଆଲିଆ ରଣବୀରଙ୍କୁ ଶୁଭେଚ୍ଛା ଜଣାଇଲା ଅମୁଲ

ମୁମ୍ବାଇ: ରବିବାର ଆଲିଆ ଭଟ୍ଟ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି । ଏହାପରେ ସାରା ଦେଶରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି । ଏହି କ୍ରମରେ ଅମୁଲ ବି ସ୍ପେଶାଲ ଅନ୍ଦାଜରେ ଏହି ବଲିଉଡ କପୁଲଙ୍କୁ ଶୁଭେଚ୍ଛା ଜଣାଇଛି । ଅମୁଲ ଇନଷ୍ଟାଗ୍ରାମରେ ଏକ ପୋଷ୍ଟର ଶେୟାର କରିଛି । ଫଟୋରେ ଏକ ଆନିମେଟେଡ ଡୁଡଲ ଦେଖିବାକୁ ମିଳିଛି, ଯେଉଁଥିରେ ଆଲିଆ ଓ ରଣବୀର ହସ୍ପିଟାଲ ବେଡରେ ବସିଥିବାର ଦେଖାଯାଇଛି । ଆଲିଆ ଶିଶୁକୁ ହାତରେ ଧରିଛନ୍ତି । ଫଟୋର ଉପର ଭାଗରେ ଆଲିଆ ଭେଟ୍ଟି ଲେଖାଯାଇଛି । ତଳ ପଟରେ ଅମୁଲ ଅଟର୍ଲି ଡାଟିର୍ଲି ଡିଲିସିୟସ ଲେଖି ଫଟୋକୁ କମ୍ପ୍ଲିଟ କରାଯାଇଛି । ପ୍ରଶଂସକମାନେ ଏହି ଫଟୋକୁ ଦେଖି ଖୁବ୍ କମେଣ୍ଟ କରୁଛନ୍ତି । କେତେଜଣ ୟୁଜର୍ସ ହାର୍ଟ ଇମୋଜି ସହ ରିଆକ୍ଟ କରିଥିବା ଦେଖାଯାଇଛି । ଜଣେ ୟୁଜର ଲେଖିଛନ୍ତି କ୍ୟୁଟ, ଅନ୍ୟଜଣେ କମେଣ୍ଟରେ ଲେଖିଛନ୍ତି, ଇଣ୍ଟରନେଟରେ ଆଜିର କ୍ୟୁଟେଷ୍ଟ ଫଟୋ ।
ଅନେକ ପ୍ରଶଂସକ ଆଲିଆ-ରଣବୀରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସୂଚନାଯୋଗ୍ୟ, ରବିବାର ସକାଳ ପ୍ରାୟ ୭ଟା ୩୦ରେ ଆଲିଆ ଡେଲିଭରି ପାଇଁ ମୁମ୍ବାଇର ଏଚ ଏନ ରିଲାଏନ୍ସ ହସ୍ପିଟାଲରେ ପହଞ୍ଚିଥିଲେ । ଆଉ ଦିନ ୧୨ଟା ପାଖିପାଖି ଆଲିଆଙ୍କ କୋଳକୁ ଆସିଥିଲା ଏକ କନ୍ୟା ସନ୍ତାନ । ଏହାପରେ କପୁର ପରିବାର ଓ ଭଟ୍ଟ ପରିବାରରେ ଖୁସିର ଲହରି ଖେଳି ଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri