ବେବି ମୁନରେ ବାହାରିଲେ ଆଲିଆ-ରଣବୀର!

ମୁମ୍ବାଇ: ବିଟାଉନର ସୁପରହିଟ ଯୋଡି ଆଲିଆ ଭଟ୍ଟ ଓ ରଣବୀର କପୁର ଏବେ ଖୁବ୍ ଚର୍ଚ୍ଚାରେ । ପର୍ସନାଲ ହେଉ ଅବା ପ୍ରଫେସନାଲ ଉଭୟକୁ ନେଇ ଏହି କପୁଲ ରହୁଛନ୍ତି ଚର୍ଚ୍ଚାରେ । ଉଭୟ ଏବେ ସେମାନଙ୍କ ଅପକମିଂ ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ପ୍ରମୋଶନ ଆରମ୍ଭ କରି ଦେଇଛନ୍ତି । କିଛିଦିନ ତଳେ ଫିଲ୍ମର ପ୍ରଥମ ଟ୍ରାକ୍ ‘କେସରିୟା’ ରିଲିଜ୍ ହୋଇଥିଲା । ଆଉ ଦର୍ଶକେ ଏହାକୁ ଖୁବ୍ ପସନ୍ଦ ବି କରିଛନ୍ତି ।
ଏସବୁ ଭିତରେ କିଛି ସମୟ ପୂର୍ବରୁ ମେକର୍ସ ‘ଦେବା ଦେବା’ ଗୀତର ଟିଜର ବି ଜାରି କରିଛନ୍ତି । ସମ୍ପୂର୍ଣ୍ଣ ଗୀତଟି ସୋମବାର ଅର୍ଥାତ୍ ୮ ଅଗଷ୍ଟରେ ରିଲିଜ୍ ହେବ ବୋଲି ଘୋଷଣା କରାଯାଇଛି । ଶନିବାର ଏହି କପୁଲ ସହରରେ ଫିଲ୍ମର ପ୍ରମୋଶନ କରୁଥିବା ଦେଖାଯାଇଥିଲା । ଇତିମଧ୍ୟରେ ଆଲିଆ-ରଣବୀରଙ୍କ ଏକ ଭିଡିଓ ସାମ୍ନାକୁ ଆସିଛି ଯାହା ଚର୍ଚ୍ଚାର ବିଷୟ ପାଲଟି ଯାଇଛି । ସୋସିଆଲ ମିଡିଆରେ ଭିଡିଓଟି ଭାଇରାଲ ହେଉଛି । ପାପରାଜି ଭିରଲ ଭୟାନି ଆଲିଆ ଭଟ୍ଟ ଓ ରଣବୀର କପୁରଙ୍କ ଆଉ ଏକ ସ୍ପଟେଡ ଭିଡିଓ ଶେୟାର କରିଛନ୍ତି । ଯେଉଁଥିରେ କପୁଲଙ୍କୁ ଏକାଠି ମୁମ୍ବାଇ ଏୟାରପୋର୍ଟରେ ଦେଖିବାକୁ ମିଳିଥିଲା । ଲଭୟ କାଜୁଆଲ ଥିଲେ । ଏମାନଙ୍କୁ ଏୟାରପୋର୍ଟରେ ସ୍ପଟ କରାଯିବା ପରେ ଏବେ ଆଲୋଚନା ହେଉଛି କି ଆଲିଆ–ରଣବୀର ଏବେ ଏକାଠି ଅଧିକାଂଶ ସମୟ କାଟୁଥିବା ବେଳେ ଏବେ ଏମାନେ ବେବି ମୁନରେ ବୋଧହୁଏ ବାହାରିଛନ୍ତି । ହେଲେ ଏଡି କଥାର ସତ୍ୟତା ଏପର୍ଯ୍ୟନ୍ତ ଜଣାପଡିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?