ବିବାହ ଚାଲିଥିବାବେଳେ ହଠାତ୍‌ କାନ୍ଦିଲେ ଆଲିଆ

ଶେଷରେ ହାତକୁ ଦି’ ହାତ ହୋଇଛନ୍ତି ରଣବୀର କପୁର ଏବଂ ଆଲିଆ ଭଟ୍ଟ। ହିନ୍ଦୁ ରୀତିନୀତି ସହ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଛି। ଏପ୍ରିଲ ୧୩ରୁ ଦୁହିଁଙ୍କ ବିବାହ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ମେହେନ୍ଦି ପରେ ହଳଦୀ ଓ ବାହାଘର ହୋଇଛି। ଏହି ଗ୍ରାଣ୍ଡ ବିବାହରେ ଭଟ୍ଟ ଓ କପୁର ପରିବାରର ସମସ୍ତ ସଦସ୍ୟ ସାମିଲ ହୋଇଥିଲେ। ଆଲିଆଙ୍କ ଅଜା ହ୍ବିଲ୍‌ଚେୟାର୍‌ରେ ବସି ନାତୁଣୀ ବିବାହରେ ଯୋଗ ଦେଇଥିଲେ। ତାଙ୍କୁ ଦେଖି ହଠାତ୍‌ ଆଲିଆ କାନ୍ଦି ପକାଇଥିଲେ। ତାଙ୍କ ଅଜା ଇନସୋମାନିଆ ନାମକ ଏକ ରୋଗରେ ପୀଡିତ ଅଛନ୍ତି। ଏହାସତ୍ତ୍ୱେ ନାତୁଣୀ ବାହାଘର ଦେଖିବାକୁ ସେ ବେଶ୍‌ ଉତ୍ସାହିତ ଥିଲେ।
ଆଲିଆ ଓ ରଣବୀରଙ୍କ କିଛି ଖାସ ବନ୍ଧୁ ମଧ୍ୟରେ ବିବାହରେ ଯୋଗ ଦେଇଥିଲେ। ରଣବୀର ଏବଂ ଆଲିଆଙ୍କ ବିବାହରେ ଅଭିନନ୍ଦନ ଜଣାଇବା ନିର୍ଦ୍ଦେଶକ କରଣ ଜୋହର ମଧ୍ୟ ଯାଇଥିଲେ। କରଣ ଆଲିଆଙ୍କୁ ନିଜ ଝିଅ ଆଖ୍ୟା ଦେଇଛନ୍ତି। ମେହେନ୍ଦି ସମାରୋହରେ ଆଲିଆଙ୍କୁ ଦେଖି ଭାବପ୍ରବଣ ହୋଇପଡିଥିଲେ କରଣ। ଆଲିଆଙ୍କ ହାତରେ ପ୍ରଥମ ମେହେନ୍ଦୀ ସେ ଲଗାଇଥିଲେ। ବିବାହ ପରେ ଉଭୟ ରଣବୀର ଏବଂ ଆଲିଆ ସୋସିଆଲ ମିଡିଆରେ ଫଟୋ ଶେୟାର କରି ବିବାହକୁ ସାର୍ବଜନୀନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri