କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ରଣବୀର-ଆଲିଆଙ୍କ ବିବାହ କାର୍ଯ୍ୟକ୍ରମ

ମୁମ୍ବାଇ,୧୩।୪: ବି-ଟାଉନର ଚର୍ଚ୍ଚିତ ଲଭ୍‌ବାର୍ଡ ତଥା ବଲିଉଡ୍‌ ଅଭିନେତା ରଣବୀର କପୁର ଓ ଅଭିନେତ୍ରୀ ଆଲିଆ ଭଟ୍ଟ ଏବେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ରାତି ପାହିଲେ ଆଲିଆଙ୍କ ହାତ ଧରିବେ ରଣବୀର। ଅର୍ଥାତ୍‌ ଏପ୍ରିଲ ୧୪ରେ ଆଲିଆ ଓ ରଣବୀର ସାତଜନ୍ମର ସାଥୀ ହେବେ। ଏଥିପାଇଁ ବୁଧବାରରୁ ଆଲିଆ ଭଟ୍ଟ ଏବଂ ରଣବୀର କପୁରଙ୍କ ବିବାହ ରୀତିନୀତି ଆରମ୍ଭ ହୋଇଯାଇଛି। ବୁଧବାର ରଣବୀରଙ୍କ ମା’ ତଥା ଅଭିନେତ୍ରୀ ନୀତୁ କପୁର ଓ ଭଉଣୀ ରିଦ୍ଧିମା କପୁରଙ୍କୁ କାରରେ ଭେନ୍ୟୁ ଆଡ଼କୁ ବା ଆର.କେ ହାଉସକୁ ଯାଉଥିବାର ଦେଖିବାକୁ ମିଳିଛି। ଏହାର କିଛି ଫଟୋ ଏବେ ସାମ୍ନାକୁ ଆସିଛି। ଆଲିଆ ଓ ରଣବୀରଙ୍କ ବିବାହ ରୀତିନୀତି କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହୋଇଛି। ବିବାହ କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ଅତିଥିମାନେ ମଧ୍ୟ ଆସିବା ଆରମ୍ଭ କରିଦେଇଛନ୍ତି।

ତେବେ ଏହି ସମୟରେ ଘର ଭିତରକୁ ଯାଉଥିବା କର୍ମଚାରୀଙ୍କ ମୋବାଇଲ ଫୋନର କ୍ୟାମେରାରେ ଷ୍ଟିକର ଲଗାଯାଉଥିବା ଦେଖିବାକୁ ମିଳିଛି। ଏହାର ଏକ ଭିଡିଓ ସାମ୍ନାକୁ ଆସିଥିବା ବେଳେ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ସୁରକ୍ଷାରେ ମୁତୟନ ହୋଇଥିବା ବାଉନ୍ସରମାନେ ମୋବାଇଲର ଆଗ ଏବଂ ପଛ କ୍ୟାମେରାରେ ଷ୍ଟିକର ଲଗାଉଥିବାର ନଜର ଆସିଛନ୍ତି। ଅନ୍ୟପଟେ ଗତ କିଛି ଦିନ ତଳେ ବିବାହ ଖବର ଲିକ୍‌ ହେବା ଭୟରେ ବିବାହ ତାରିଖକୁ ଆଗକୁ ବଢ଼ାଇ ଦିଆଯାଇଛି ବୋଲି ଆଲିଆଙ୍କ ଭାଇ ରାହୁଲ ଭଟ୍ଟ କହିଥିଲେ। ଏପ୍ରିଲ ୧୪ ବଦଳରେ ଉଭୟ ଏପ୍ରିଲ ୨୦ରେ ବିବାହ କରିବେ ବୋଲି ସେ କହିଥିଲେ। ହେଲେ ଆଲିଆଙ୍କ କକା ରବିନ ଭଟ୍ଟ ବିବାହ ତାରିଖକୁ ନିଶ୍ଚିତ କରିଛନ୍ତି। ସେ ଏକ ସାକ୍ଷାତକାରରେ କହିିଛନ୍ତି ଯେ, ଏପ୍ରିଲ ୧୩ ଅର୍ଥାତ୍‌ ବୁଧବାରରୁ ପ୍ରି-ଓ୍ବେଡିଂ କାର୍ଯ୍ୟକ୍ରମ ଆରମ୍ଭ ହୋଇଯିବ। ଏପ୍ରିଲ ୧୪ରେ ଏହି ସେଲିବ୍ରିଟି ବିବାହ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?