ଗ୍ଲୋବାଲ ଡେବ୍ୟୁ କରିବାକୁ ପ୍ରସ୍ତୁତ ଆଲିଆ

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଆଲିଆ ଭଟ୍ଟ ଏବେ ହଲିଉଡରେ ଡେବ୍ୟୁ କରିବାକୁ ପୂରାପୂରି ପ୍ରସ୍ତୁତ ହୋଇଗଲେଣି । ନେଟଫ୍ଲିକ୍ସରେ ସେ ‘ହାର୍ଟ ଅଫ୍ ଷ୍ଟୋନ’ ମାଧ୍ୟମରେ ହଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି । ଏଥିରେ ସେ ‘ୱାଣ୍ଡର ଓମ୍ୟାନ’ ଷ୍ଟାର ଗେଲ ଗେଡୋଟଙ୍କ ସହ କାମ କରିବେ । ଏହି ଫିଲ୍ମ ସହ ଆଲିଆ ଗ୍ଲୋବାଲ ଡେବ୍ୟୁ କରିବାକୁ ଯାଉଛନ୍ତି । ବଲିଉଡରେ ନିଜୟ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଆଲିଆ ଏବେ ହଲିଉଡରେ କମାଲ କରିବା ଲକ୍ଷ୍ୟରେ ଅଛନ୍ତି । ‘ହାର୍ଟ ଅଫ୍ ଷ୍ଟୋନ’ ଏକ ସ୍ପାଇ ଥ୍ରିଲର ଫିଲ୍ମ ଯେଉଁଥିରେ ’୫୦ ସେଡସ୍ ଅଫ୍ ଗ୍ରେ’ ଷ୍ଟାର ଜେମି ହୋର୍ନନ ବି ନଜର ଆସିଛନ୍ତି ।
ନିକଟରେ ସଞ୍ଜୟ ଲିଲା ଭଂସାଲିଙ୍କ ଦ୍ୱାରା ନିର୍ଦ୍ଦେଶିତ ଫିଲ୍ମ ‘ଗଙ୍ଗୁବାଇ କାଠିଆୱାଡି’ରେ ଅଭିନୟ କରି ଦର୍ଶକଙ୍କ ମନ କିଣିଥିବା ଆଲିଆ ହଲିଉଡରେ ବି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ତତ୍ପର ଅଛନ୍ତି । ‘ଗଙ୍ଗୁବାଇ କାଠିଆୱାଡି’ ଖୁବ ଶୀଘ୍ର ୧୦୦କୋଟି କ୍ଲବରେ ସାମିଲ ହୋଇଥିବା ବେଳେ ଦର୍ଶକେ ଏଥିରେ ଆଲିଆଙ୍କ ଅଭିନୟକୁ ବେଶ୍ ପସନ୍ଦ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri