ରଣବୀରଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କଲେ ଆଲିଆ

ମୁମ୍ବାଇ: ବଲିଉଡ୍‌ର ସବୁଠାରୁ ପ୍ରିୟ ଦମ୍ପତିମାନଙ୍କ ମଧ୍ୟରୁ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁର ଅନ୍ୟତମ। ଦୁହେଁ ପ୍ରଥମ ଥର ପାଇଁ ‘ବ୍ରହ୍ମାସ୍ତ୍ର’ ଫିଲ୍ମରେ ଏକାଠି କାମ କରିଛନ୍ତି। ଉଭୟଙ୍କ ଯୋଡ଼ିକୁ ଦର୍ଶକେ ବେଶ୍‌ ପସନ୍ଦ ବି କରିଛନ୍ତି। ଦୁହେଁ ମିଶି ଫିଲ୍ମର ପ୍ରମୋଟ କରିଥିଲେ ଏବଂ ବର୍ତ୍ତମାନ ଉଭୟ ଏହାର ସଫଳତାକୁ ଉପଭୋଗ କରୁଛନ୍ତି। ଆଉ ଏକ ଖୁସି ହେଲା ଉଭୟ ଖୁବ୍‌ଶୀଘ୍ର ମାତାପିତା ହେବାକୁ ଯାଉଛନ୍ତି। କିଛି ସମୟ ପୂର୍ବରୁ ଆଲିଆ ଏକ ସୁନ୍ଦର ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ରଣବୀରଙ୍କ ସହ ରୋମାଣ୍ଟିକ୍‌ ମୁଡ୍‌ରେ ଥିବା ଜଣାପଡୁଛି।

ଆଲିଆ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏକ ବ୍ଲାକ୍‌ ଆଣ୍ଡ୍‌ ହ୍ବାଇଟ୍‌ ଫଟୋ ଶେୟାର କରିଛନ୍ତି। ଏଥିରେ ଉଭୟଙ୍କ ସୁନ୍ଦର ଭାବଭଙ୍ଗୀ ଦେଖିବାକୁ ମିଳିଛି। ଦୁହେଁ ଆଖି ବନ୍ଦ କରି ମୁରୁକି ହସୁଛନ୍ତି। ଫଟୋ ଶେୟାର କରି ‘ଘର’ ବୋଲି ଏଥିରେ କ୍ୟାପଶନ ଲେଖିଛନ୍ତି ଆଲିଆ।

ଆଲିଆଙ୍କ ପ୍ରଶଂସକମାନେ ହାର୍ଟ ଏବଂ ଆଖିରେ ପ୍ରେମ ପରିପୂର୍ଣ୍ଣ ଇମୋଜି ଦେଇଛନ୍ତି। ଯୋଗ ପ୍ରଶିକ୍ଷକ ଅନୁଷ୍କାଙ୍କୁ ଏକ ହାର୍ଟ ଇମୋଜି ସହିତ ମନ୍ତବ୍ୟ ଦେଇଛନ୍ତି। ଏଥି ସହିତ ଷ୍ଟାଣ୍ଡଅପ୍‌ ହାସ୍ୟ ଅଭିନେତା ତନ୍ମୟ ଭଟ୍ଟ ମନ୍ତବ୍ୟ ଦେଇ କହିଛନ୍ତି, ସୁନ୍ଦର ଘର। କିନ୍ତୁ ଏକ ବର୍ଗଫୁଟ କେତେ?

ଏ ତ ଗଲା ଆଲିଆ-ରଣବୀରଙ୍କ ବ୍ୟକ୍ତିଗତ କଥା। ଯଦି ତାଙ୍କ ଓ୍ବାର୍କଫ୍ରଣ୍ଟ ବିଷୟରେ କହିବା ତେବେ ନିକଟରେ ଦୁହେଁ ଆୟନ ମୁଖାର୍ଜୀଙ୍କ ନିର୍ଦ୍ଦେଶିତ ‘ବ୍ରହ୍ମାସ୍ତ୍ର’ରେ ନଜର ଆସିଥିଲେ। ଏହା ହେଉଛି ରଣବୀର ଏବଂ ଆଲିଆଙ୍କର ପ୍ରଥମ ଅନ୍‌-ସ୍କ୍ରିନ ଫିଲ୍ମ। ଏଥିରେ ଆଲିଆ ରଣବୀରଙ୍କ ପ୍ରେମିକା ଇଶା ଭୂମିକାରେ ଅଭିନୟ କରିଛନ୍ତି। ଫିଲ୍ମଟି ବକ୍ସ ଅଫିସରେ ହିଟ୍‌ ବି ସାବ୍ୟସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାଢ଼ି ସେଣ୍ଟର ନାଁରେ ବଲାଙ୍ଗୀରରୁ ଗଞ୍ଜେଇ ଚାଲାଣ, ଆମାଜନ୍ ନାଁରେ ପାର୍ସଲ କରି ବିକୁଥିଲେ

ବଲାଙ୍ଗୀର,୨ା୯(ସୁନିଲ କୁମାର ମହାନ୍ତି): ସମ୍ବଲପୁରୀ ଶାଢ଼ି ସେଣ୍ଟର ନାଁରେ କୋରିଅରରେ ଚାଲିଥିଲା ଗଞ୍ଜେଇ ଚାଲାଣ । ମାଡ଼ିବସିଲା ବଲାଙ୍ଗୀର ପୋଲିସ । ଅନଲାଇନରେ ଦିଲ୍ଲୀ, ଗଜିଆବାଦ ପରି…

ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି, ସ୍ଥାନୀୟ ଲୋକେ କହୁଛନ୍ତି….

ଗଞ୍ଜାମ,୨।୯ (ବିଦ୍ୟାଧର ସାହୁ ): ସମୁଦ୍ର ବେଳାଭୂମିରେ ଦେଖାଯାଉଛି ଏକ ମନ୍ଦିରର ଦଧିନଉତି । ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ପୋଡ଼ମପେଟା ସମୁଦ୍ର ବେଳାଭୂମିରେ…

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି ।…

ଗୁରୁବାର BCCIର ବଡ଼ ବୈଠକ, ରୋହିତ ଶର୍ମାଙ୍କ ଭବିଷ୍ୟତ ଉପରେ ହେବ….

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (BCCI) ଗୁରୁବାର ୩ ସେପ୍ଟେମ୍ବରରେ ମୁମ୍ବାଇ ସ୍ଥିତ ଅଫିସ୍‌ରେ ଏକ ହାଇ-ଲେଭଲ୍ ମିଟିଂ କରିବ। ଏହି ବୈଠକରେ ବୋର୍ଡର ସମସ୍ତ…

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର…

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ…

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri